ବାସୁଦେବ ହାବାଡସିଂ/ ବାଣପୁର / ସମୀକ୍ଷା ନ୍ୟୁଜ:
ବାଲୁଗାଁ, ତା ୧୪/୧୧/୨୦୨୬ : ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବାଲୁଗାଁ ଠାରେ ଶୁକ୍ରବାର ପବିତ୍ର ଶିଶୁ ଦିବସ ମହା ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରଥମେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ପରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପିଲାମାନଙ୍କ ମଧ୍ୟରେ ଚିତ୍ରାଙ୍କନ, ପୁଚି ଖେଳ, ମ୍ୟୁଜିକ୍ ଚେୟାର, ବକ୍ତୃତା (ଡିବେଟ୍) ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପିଲାମାନେ ବହୁତ୍ ଉତ୍ସାହର ସହ ଏଥିରେ ଭାଗ ନେଇଥିଲେ। ପ୍ରତିଯୋଗିତାରେ କୃତି ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ , ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ପରିଚାଳନା କମିଟିର ସଭାପତି ସତ୍ୟ ପ୍ରକାଶ ସେଠୀ ଓ଼ ସମସ୍ତ ସଦସ୍ୟମାନେ ଉପସ୍ଥିତ ରହି ପିଲାମାନଙ୍କୁ ଉତ୍ସାହିତ କରିଥିଲେ।






