ପୁଲକେଶ୍ୱର ମିଶ୍ର/ ସ୍ୱତନ୍ତ୍ର ପ୍ରତିନିଧି/ ସମୀକ୍ଷା ନ୍ୟୁଜ୍/ ଅନୁଗୋଳ
ଅନୁଗୋଳ, ୧୪ ନଭେମ୍ବର: ଆଜି ପୂର୍ବାହ୍ନରେ ଅନୁଗୋଳ ସ୍ଥାନୀୟ ସଭାଘରଠାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଅଧୀନରେ ଗୃହ ଆବଣ୍ଟନ ଲକ୍ଷ୍ୟଧାର୍ଯ୍ୟ ଘୋଷଣା କାର୍ଯ୍ୟକ୍ରମ ଅତ୍ୟନ୍ତ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ବଲାଙ୍ଗୀର ଜିଲ୍ଲାରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏହି ଯୋଜନାର ଶୁଭାରମ୍ଭ କରାଯାଇଥିବା ବେଳେ, ଅନୁଗୋଳଠାରେ ଏହାର ଏକ ଭର୍ଚୁଆଲ୍ (ଆଭାସୀ) କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ଗ୍ରାମାଞ୍ଚଳର ଗରୀବ ଓ ଆବାସହୀନ ଲୋକଙ୍କୁ ପକ୍କାଘର ଯୋଗାଇଦେବା ଦିଗରେ ସରକାରଙ୍କ ପ୍ରତିବଦ୍ଧତା ପ୍ରକାଶ ପାଇଛି। ଏହି ସଭାରେ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ତଥା ପାଳଲହଡ଼ା ମାନ୍ୟବର ବିଧାୟକ ଶ୍ରୀ ଅଶୋକ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉପସ୍ଥିତ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଲକ୍ଷ୍ୟଧାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଭାବେ ଅବଗତ କରାଇଥିଲେ। ଏଥିସହିତ ସେ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଓ ଉନ୍ନୟନମୂଳକ ଯୋଜନାଗୁଡ଼ିକର ସଫଳ ରୂପାୟନ ଉପରେ ଆଲୋକପାତ କରିଥିଲେ।

କାର୍ଯ୍ୟକ୍ରମରେ ମାନ୍ୟବର ଅନୁଗୋଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ ଏବଂ ମାନ୍ୟବର ଛେଣ୍ଡିପଦା ବିଧାୟକ ଶ୍ରୀ ଅଗସ୍ତି ବେହେରା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଆବାସ ଯୋଜନାର ସଫଳତା କାମନା କରିବା ସହ ହିତାଧିକାରୀମାନଙ୍କୁ ସରକାରୀ ସହାୟତାର ସଦପ୍ରୟୋଗ କରିବାକୁ ପରାମର୍ଶ ଦେଇଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳ ମାନ୍ୟବର ସାଂସଦଙ୍କ ପ୍ରତିନିଧି ଶ୍ରୀ ପ୍ରଭାତ କୁମାର ପ୍ରଧାନ, ତାଳଚେର ମାନ୍ୟବର ବିଧାୟକଙ୍କ ପ୍ରତିନିଧି ଶ୍ରୀ ସନ୍ତୋଷ କୁମାର ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଅନୁଗୋଳ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଅତିରିକ୍ତ ନିର୍ବାହୀ ଅଧିକାରୀ ଡ଼. ଗୌରବମୟ ପ୍ରଧାନ ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ. ବିଶ୍ୱଭୂଷଣ ପ୍ରମୁଖ ଯୋଗଦେଇଥିଲେ। ଏହାଛଡ଼ା ବିଭାଗୀୟ ଅଧିକାରୀ ଏବଂ ବହୁସଂଖ୍ୟାରେ ହିତାଧିକାରୀମାନେ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମର ସଫଳତା ପାଇଁ ସହଯୋଗ କରିଥିଲେ।
ସଭା କାର୍ଯ୍ୟକୁ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଶ୍ରୀ ମାନସ ରଞ୍ଜନ ଭଞ୍ଜଦେଓ ଅତି ସୁଚାରୁରୂପେ ପରିଚାଳନା କରିଥିଲେ। ଏହି ଯୋଜନା ଜରିଆରେ ଅନୁଗୋଳ ଜିଲ୍ଲାର ଅନେକ ଅଯୋଗ୍ୟ ବା ପ୍ରକୃତ ଆବାସହୀନ ପରିବାର ଉପକୃତ ହୋଇପାରିବେ ବୋଲି ଆଶା କରାଯାଉଛି।





