ମୁଖ୍ୟ ବିଷୟକୁ ଯାଆନ୍ତୁ
ଶୁକ୍ରବାର, ୨୦ ନଭେମ୍ବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ଖୋର୍ଦ୍ଧା ବରଗଡ଼ କେନ୍ଦ୍ରାପଡ଼ା ମାଲକାନଗିରି କୋରାପୁଟ

Angul Developed India Youth Parliament Competition: ଅନୁଗୋଳ ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ସଂସଦ’ ପ୍ରତିଯୋଗିତା ଅନୁଷ୍ଠିତ

Angul Developed India Youth Parliament Competition: ଅନୁଗୋଳ ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ସଂସଦ’ ପ୍ରତିଯୋଗିତା ଅନୁଷ୍ଠିତ – ସମୀକ୍ଷା ଖବର

​ପୁଲକେଶ୍ୱର ମିଶ୍ର / ସ୍ୱତନ୍ତ୍ର ପ୍ରତିନିଧି /ସମୀକ୍ଷା ନ୍ୟୁଜ / ଅନୁଗୋଳ:

​ଅନୁଗୋଳ, ୧୬ ନଭେମ୍ବର: ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରଣାଳୟ ଅଧୀନସ୍ଥ ଅନୁଗୋଳ ‘ମୋ ଯୁବ ଭାରତ’ ଆନୁକୂଲ୍ୟରେ ଅନୁଗୋଳ ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ସଂସଦ-୨୦୨୭’ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ‘ବିକଶିତ ଭାରତ ନିମନ୍ତେ ନିଶାମୁକ୍ତ ଯୁବ ପ୍ରତିଭାମାନଙ୍କର ଭୂମିକା’ ଶୀର୍ଷକ ଏହି କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ବସନ୍ତ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଉଦଘାଟନ କରିବା ସହ ସଭାପତିତ୍ଵ କରିଥିଲେ। ଏହି ଉତ୍ସବରେ ସମ୍ମାନିତ ଅତିଥି ଭାବେ ‘ନବଭାରତ’ର ପ୍ରତିନିଧି ଶ୍ରୀ ଅମିତ ମୋଦୀ, ନାଲକୋନଗର ସରସ୍ଵତୀ ବିଦ୍ୟାମନ୍ଦିର ଉପାଧ୍ୟକ୍ଷ ଶ୍ରୀ ବିଚିତ୍ରାନନ୍ଦ ନାୟକ, ଜିଲ୍ଲା ଦକ୍ଷତା ବିକାଶ ଲାଇଟହାଉସ୍ କେନ୍ଦ୍ରର ସଂଯୋଜକ ଶ୍ରୀ ରାଜେଶ ସ୍ଵାଇଁ ଏବଂ ଅନୁଗୋଳ ମହିଳା ମହାବିଦ୍ୟାଳୟର ପ୍ରାଣୀବିଜ୍ଞାନ ଅଧ୍ୟାପିକା ରଞ୍ଜିତା ସିଂହସାମନ୍ତ ଯୋଗଦେଇ ଯୁବପିଢ଼ିଙ୍କୁ ଉତ୍ସାହିତ କରିଥିଲେ। ପ୍ରାରମ୍ଭରେ ଏନ୍‌ଏସ୍‌ଏସ୍ (NSS) ଓ ମୋ ଯୁବ ଭାରତ ଅଧିକାରୀ ଡ. ଗୌରୀ ଶଙ୍କର ଯୁଗ ପ୍ରକାଶ ଜେନା ଅତିଥି ପରିଚୟ, ସ୍ଵାଗତ ସମ୍ଭାଷଣ ଓ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଏହି ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ୧୦୦ରୁ ଊର୍ଦ୍ଧ୍ଵ ଯୁବ ପ୍ରତିଭା ଅଂଶଗ୍ରହଣ କରିଥିଲେ। ଏଥିସହ ଶ୍ରେଷ୍ଠ ବିବେଚିତ ୩ ଜଣ ପ୍ରତିଯୋଗୀଙ୍କୁ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ କରାଯାଇ ଅଧ୍ୟକ୍ଷଙ୍କ ଦ୍ୱାରା ମାନପତ୍ର ଓ ଉପଢୌକନ ପ୍ରଦାନ କରାଯାଇଥିଲା। ଶେଷରେ ‘ମୋ ଯୁବ ଭାରତ’ର କାର୍ଯ୍ୟକ୍ରମ ଅଧିକାରୀ ଶ୍ରୀ ତପନ କୁମାର ସାମଲ ଧନ୍ୟବାଦ ଅର୍ପଣ କରିଥିଲେ।

Angul Developed India Youth Parliament Competition: ଅନୁଗୋଳ ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ସଂସଦ’ ପ୍ରତିଯୋଗିତା ଅନୁଷ୍ଠିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Road is caving in near Kochilagadia pond: କୋଚିଲାଗାଡ଼ିଆ ପୋଖରୀ ପାର୍ଶ୍ୱରେ ଧସୁଛି ରାସ୍ତା