ମୁଖ୍ୟ ବିଷୟକୁ ଯାଆନ୍ତୁ
ଶୁକ୍ରବାର, ୨୦ ନଭେମ୍ବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ଖୋର୍ଦ୍ଧା କୋରାପୁଟ ମାଲକାନଗିରି ବରଗଡ଼ କେନ୍ଦ୍ରାପଡ଼ା

Sinapali Joint Grievance Redressal Camp: ସିନାପାଲିରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

Sinapali Joint Grievance Redressal Camp: ସିନାପାଲିରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର – ସମୀକ୍ଷା ଖବର

ତେଜୁରାମ ନାଏକ / ସ୍ୱତନ୍ତ୍ର ପ୍ରତିନିଧି / ନୂଆପଡା/ସମୀକ୍ଷା ନ୍ୟୁଜ:

ନୂଆପଡ଼ା, ୧୬/୧୧: ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ସଭାଗୃହଠାରେ ଭାରପ୍ରାପ୍ତ ଜିଲ୍ଲାପାଳ ସୁବାସ ଚନ୍ଦ୍ର ରଇତ ଓ ଆରକ୍ଷୀ ଅଧୀକ୍ଷକ ତପନ ନାରାୟଣ ରଥଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୋଟ ୧୩୦ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୧୦ଟି ବ୍ୟକ୍ତିଗତ ଓ ୨୦ଟି ଗୋଷ୍ଠୀଗତ ଅଭିଯୋଗ ରହିଥିଲା। ଭାରପ୍ରାପ୍ତ ଜିଲ୍ଲାପାଳ ବିଭିନ୍ନ ଅଭିଯୋଗର ଶୁଣାଣି କରିବା ସହ ସେଗୁଡ଼ିକର ତ୍ୱରିତ ଓ ନିୟମାନୁଯାୟୀ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଆବଶ୍ୟକ ପଦକ୍ଷେପ ଗ୍ରହଣ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜ଼ିଲ୍ଲାପାଳ ସୁର୍ମୀ ସୋରେନ, ଜିଲ୍ଲା ପରିଷଦ ସଭ୍ୟା ପୁଷ୍ପାଞ୍ଜଳି ଗୁଆଲ, ବ୍ଲକ ଉପାଧ୍ୟକ୍ଷା ମୀନା ଘିବେଲା ଓ ବିଡିଓ କାର୍ମୀ ଓରାମଙ୍କ ସମେତ ଜିଲ୍ଲା ଓ ବ୍ଲକସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ। ଡେପୁଟି ଜିଲ୍ଲାପାଳ ଶେଖ୍‌ ନସୀମ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ବିଭିନ୍ନ ବିଭାଗର ଅଧିକାରୀମାନେ ଶିବିରରେ ଉପସ୍ଥିତ ରହି ଅଭିଯୋଗଗୁଡ଼ିକର ସମାଧାନ ଦିଗରେ ଆବଶ୍ୟକ ତଥ୍ୟ ଓ ସହଯୋଗ ପ୍ରଦାନ କରିଥିଲେ। ଏଥିରେ ବହୁ ସଂଖ୍ୟାରେ ଜନସାଧାରଣ ଓ ଗଣମାଧ୍ୟମ ପ୍ରତିନିଧି ଯୋଗଦେଇଥିଲେ।

Sinapali Joint Grievance Redressal Camp: ସିନାପାଲିରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Nuapada National Press Day: ନୂଆପଡାରେ ଜାତୀୟ ପ୍ରେସ୍ ଦିବସ-୨୦୨୬ ପାଳିତ