
ମନୋଜ କୁମାର ନାୟକ / ସାମ୍ବାଦିକ / ଆସ୍କା / ସମୀକ୍ଷା ନ୍ୟୁଜ :
ଆସିକା, ୧୭/୧୧: ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ମା’ ସନ୍ତୋଷୀ ଏରାଗୋଲା ବସା ଓ କରାତଳି ଏରାଗୋଲା ବସାର ଦୁଇ ଗୋଷ୍ଠୀ ମଧ୍ୟରେ କୌଣସି କାରଣକୁ ନେଇ ଆକ୍ରମଣ ଘଟଣା ଘଟିଛି। ଏହି ସଂଘର୍ଷରେ ଉଭୟ ଗୋଷ୍ଠୀର ମୋଟ ୪ ଜଣ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଆହତମାନଙ୍କୁ ପ୍ରଥମେ ଚିକିତ୍ସା ପାଇଁ ଆସିକା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ କାର୍ଯ୍ୟରତ ଡାକ୍ତର ପ୍ରାଥମିକ ଚିକିତ୍ସା କରିବା ପରେ ସେମାନଙ୍କ ଅବସ୍ଥା ଗୁରୁତର ଥିବାରୁ ଉନ୍ନତ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରିଥିବା ଜଣାପଡ଼ିଛି। ଆହତଙ୍କ ମଧ୍ୟରେ ମା’ ସନ୍ତୋଷୀ ଏରାଗୋଲା ବସାର ଏ. କାଳୁ (୬୫), ତାଙ୍କ ପୁଅ ଏ. କ୍ରାନ୍ତି ଓ ଏ. ଲଳିତା ରହିଥିବା ବେଳେ କରାତଳି ଏରାଗୋଲା ବସାର ଏ. ରାମ ଗୁରୁତର ଆହତ ହୋଇଛନ୍ତି। ଘଟଣା ସମ୍ପର୍କରେ ଖବର ପାଇ ଆସିକା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଦୁଇ ଗୋଷ୍ଠୀ ମଧ୍ୟରେ ଏହି ଆକ୍ରମଣର ପ୍ରକୃତ କାରଣ କ’ଣ, ତାହା ଏଯାବତ୍ ସ୍ପଷ୍ଟ ହୋଇନାହିଁ। ପୋଲିସ ତଦନ୍ତ ପରେ ଘଟଣାର ସମ୍ପୂର୍ଣ୍ଣ ତଥ୍ୟ ଜଣାପଡ଼ିବ।






