ମୁଖ୍ୟ ବିଷୟକୁ ଯାଆନ୍ତୁ
ଗୁରୁବାର, ୧୯ ନଭେମ୍ବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ଗଞ୍ଜାମ କୋରାପୁଟ ଜଗତସିଂହପୁର ବାଲେଶ୍ୱର ନୟାଗଡ଼ କେନ୍ଦ୍ରାପଡ଼ା

Balasore Review meeting: ବାଲେଶ୍ୱରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ସମୀକ୍ଷା ବୈଠକ

Balasore Review meeting: ବାଲେଶ୍ୱରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ସମୀକ୍ଷା ବୈଠକ – ସମୀକ୍ଷା ଖବର

ପଞ୍ଚାନନ ବେହେରା /ଜିଲ୍ଲା ପ୍ରତିନିଧି /ବାଲେଶ୍ୱର/ସମୀକ୍ଷା ନ୍ୟୁଜ:

ବାଲେଶ୍ୱର, ତାରିଖ: ୧୪/୧୧/୨୦୨୬ ଓଡ଼ିଶାର ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀଯୁକ୍ତ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଆଜି ଦିନ ୧୨.୪୫ ମିନିଟ୍ ସମୟରେ ବାଲେଶ୍ୱର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଅଡିଟୋରିୟମରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମାନ୍ୟବର ମନ୍ତ୍ରୀ ଜିଲ୍ଲାରେ ସାମ୍ପ୍ରତିକ ବନ୍ୟା ପରବର୍ତ୍ତୀ ପୁନରୁଦ୍ଧାର ଓ ପୁନର୍ବାସ କାର୍ଯ୍ୟର ଅଗ୍ରଗତି, ବନ୍ୟା ଦ୍ୱାରା ପ୍ରଭାବିତ ଲୋକମାନଙ୍କୁ ଫସଲ, ଘରବାଡ଼ି ଓ ଅନ୍ୟାନ୍ୟ ସମ୍ପତ୍ତିର କ୍ଷୟକ୍ଷତି ବାବଦରେ କ୍ଷତିପୂରଣ ପ୍ରଦାନର ସ୍ଥିତି ଏବଂ ସରକାରୀ ଜମିରୁ ବେଆଇନ ଜବରଦଖଲ ଉଚ୍ଛେଦ ସମ୍ପର୍କରେ ବିସ୍ତୃତ ସମୀକ୍ଷା କରିଥିଲେ। ବନ୍ୟା ପ୍ରଭାବିତ ପରିବାରଗୁଡ଼ିକୁ ସରକାରୀ ନିୟମ ଅନୁଯାୟୀ ଯଥାଶୀଘ୍ର କ୍ଷତିପୂରଣ ପ୍ରଦାନ, ପୁନରୁଦ୍ଧାର କାର୍ଯ୍ୟରେ ତ୍ୱରାନ୍ୱିତ ପଦକ୍ଷେପ ଏବଂ ସରକାରୀ ଜମିକୁ ଜବରଦଖଲମୁକ୍ତ କରିବା ଦିଗରେ ଆବଶ୍ୟକୀୟ ପଦକ୍ଷେପ ନେବାକୁ ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ବୈଠକରେ ମାନ୍ୟବର ମନ୍ତ୍ରୀ ପୂଜାରୀଙ୍କ ସହିତ ମାନ୍ୟବର ବାଲେଶ୍ବର ସାଂସଦ ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ବାଲେଶ୍ୱର ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ତଥା ମାନ୍ୟବର ସିମୁଳିଆ ବିଧାୟକ ଶ୍ରୀଯୁକ୍ତ ପଦ୍ମଲୋଚନ ପଣ୍ଡା, ମାନ୍ୟବର ନୀଳଗିରି ବିଧାୟକ ଶ୍ରୀଯୁକ୍ତ ସନ୍ତୋଷ କୁମାର ଖଟୁଆ, ମାନ୍ୟବର ବାଲେଶ୍ୱର ସଦର ବିଧାୟକ ଶ୍ରୀଯୁକ୍ତ ମାନସ କୁମାର ଦତ୍ତ, ମାନ୍ୟବର ବସ୍ତା ବିଧାୟିକା ଶ୍ରୀମତୀ ସୁବାସିନୀ ଜେନା, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀଯୁକ୍ତ ତପନ କୁମାର ଖୁଣ୍ଟିଆ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ହେମନ୍ତ କୁମାର ସିଂହ, ବାଲେଶ୍ୱର ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଶିବ ମାଲବ୍ୟ ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଅବସୋରରେ ବାଲେଶ୍ୱର ଜିଲ୍ଲାର ସମସ୍ତ ବିଡିଓ, ତହସିଲଦାର, ଅତିରିକ୍ତ ତହସିଲଦାର ଏବଂ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଏଥିରେ ଯୋଗଦେଇଥିଲେ।

Balasore Review meeting: ବାଲେଶ୍ୱରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ସମୀକ୍ଷା ବୈଠକ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
🔹ଭିତରକନିକା ରେ ବନ୍ଦ ହେଲା ଇକୋ ରିଟ୍ରିଟ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ🔹ଭିତରକନିକା ରେ ବନ୍ଦ ହେଲା ଇକୋ ରିଟ୍ରିଟ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Kotie Hasa Annual Children’s Festival: ଜିଲ୍ଲାସ୍ତରୀୟ କୋଟିଏ ହସ-ବାର୍ଷିକ ଶିଶୁ ମହୋତ୍ସବ ୨୦୨୬ ଅନୁଷ୍ଠିତ