ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୨ ମିନିଟ ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୫ ମିନିଟ ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୧୦ ମିନିଟ ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୧୬ ମିନିଟ ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୨୧ ମିନିଟ ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୨୪ ମିନିଟ ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୩୨ ମିନିଟ ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୪୪ ମିନିଟ ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୫୩ ମିନିଟ ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୧ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

Sindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ

Sindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ – ସମୀକ୍ଷା ଖବର

ତେଜୁରାମ ନାଏକ / ସ୍ୱତନ୍ତ୍ର ପ୍ରତିନିଧି / ନୂଆପଡା/ସମୀକ୍ଷା ନ୍ୟୁଜ:

ନୂଆପଡା ତାରିଖ-21-11-2026 ନୂଆପଡା ଜିଲ୍ଲା କୋମନା ବ୍ଲକ ଟିକ୍ରାପଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଯେଠୁପାଲି ଗ୍ରାମର ମହିଳା ସିନ୍ଧୁସୁତା ରାଉତ। ସେ ଜଣେ ଗରିବ, ଦୀନହୀନ, ଖଟିଖିଆ ଶ୍ରେଣୀ ମହିଳା ର ଅଟନ୍ତି। ତାଙ୍କ ପରିବାରରେ ଆଠ ଜଣ ରହନ୍ତି। ପାଖାପାଖି ଏକ ବର୍ଷ ପୂର୍ବେ ତାଙ୍କ ସ୍ୱାମୀ ସ୍ବର୍ଗତ ଜୟ ରାଉତଙ୍କ ପରଲୋକ ଘଟିଯାଇଥିଲା। ତେଣୁ କରି ପରିବାର ର ଦାୟିତ୍ୱ ତାଙ୍କ ଉପରେ ନ୍ୟସ୍ତ ରହିଛି। ପ୍ରାୟ ପାଖାପାଖି ଅଢ଼େଇ ଏକର ଜମିରେ ଋଣ, ସୁନା ବନ୍ଧକ ଓ ଧାର ଉଧାର କରି ଧାନ ଚାଷ କରିଥିଲେ। କିନ୍ତୁ ଦୈବ ଦୁର୍ବିପାକ ବାତ୍ୟା ପ୍ରଭାବ ରେ ଧାନ ଜମିରେ ପାଣି ମାଡି ଯାଇ ଧାନ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଛି।ଯେଉଁ ଆଶା ନେଇ ଚାଷ କରିଥିଲେ ତାହା ଧୂଳିସାତ ହୋଇଯାଇଛି।ଏ ବିଷୟରେ ଆଜି ନୂଆପଡା ଜିଲ୍ଲାପାଳ ଅନ୍ୟା ଦାଶ, ସୁବାଷ ଚନ୍ଦ୍ର ରଇତ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟି ଆର୍ଥିକ ସାହାଯ୍ୟ ନିମନ୍ତେ ଗୁହାରି କରିଛନ୍ତି ସିନ୍ଧୁସୁତା ରାଉତ। ତାଙ୍କ ସହିତ ଟିକ୍ରା ପଡା ଗ୍ରାମପଞ୍ଚାୟତ ର ସରପଞ୍ଚ ଯମୁନା ହରିଜନ, ସମାଜସେବୀ ପ୍ରସନ୍ନ କୁମାର ତାଣ୍ଡି, ଗାଁର ବୁଦ୍ଧିଜୀବି ଶତୀଚ ରାଉତ, ଲଳିତ ପ୍ରଧାନୀ, ବସନ୍ତ ରାଉତ ସାକ୍ଷାତ କରିଛନ୍ତି। ବାତ୍ୟା ଅର୍ଣ୍ଣବ ଓ ଆକଭନର ପ୍ରଭାଵ ଯୋଗୁଁ ଆହୁରି ମଧ୍ୟ ଗାଁ ର ଅନେକ ଚାଷୀମାନଙ୍କ ଧାନ ନଷ୍ଟ ହୋଇଯାଇଛି। ଆଉ ମଧ୍ୟ ସେ ଛେଳି ଋଣ କରିଛନ୍ତି। ତାହା ଶୁଝିବା ତାଙ୍କ ପକ୍ଷେ କଷ୍ଟ କର। କାରଣ ତାଙ୍କର ରୋଜଗାର ଶୂନ। ତେଣୁକରି ଛେଳିଋଣ ଛାଡ ସହ ଆର୍ଥିକ ସହାୟତା ଜରୁରୀ ହୋଇପଡିଛି। ତେଣୁକରି ଉଚିତ ଯାଞ୍ଚ କରି ସରକାରୀ ସହାୟତା ଦେବା ପାଇଁ ଚାଷୀମାନେ ଜିଲ୍ଲାପ୍ରଶାସନ ଓ ବିଭାଗୀୟ ଅଧିକାରୀଙ୍କୁ ଅନୁରୋଧ କରିଛନ୍ତି।

Sindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Preparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି