ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୪ ମିନିଟ ପୂର୍ବେChild Marriage Awareness : ଶୁଲ୍ଲିମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାଲ୍ୟବିବାହ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ୧୦ ମିନିଟ ପୂର୍ବେNuapada Road Safety Committee : ନୂଆପଡ଼ାରେ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ୧୪ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୧୪ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୧୫ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୧୫ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୧୫ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୧୫ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୧୫ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୧୫ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା
ଚର୍ଚ୍ଚାରେ ମୟୂରଭଞ୍ଜ ନୂଆପଡ଼ା ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼

Nuapada Road Safety Committee : ନୂଆପଡ଼ାରେ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ

Nuapada Road Safety Committee : ନୂଆପଡ଼ାରେ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ – ସମୀକ୍ଷା ଖବର

ତେଜୁରାମ ନାଏକ ସ୍ୱତନ୍ତ୍ର ପ୍ରତିନିଧି ନୂଆପଡା /ସମୀକ୍ଷା ନ୍ୟୁଜ:

ନୂଆପଡ଼ା ତାରିଖ -22-11-2026 : ନୂଆପଡ଼ା ଜିଲ୍ଲା ସଡ଼କ ସୁରକ୍ଷା କମିଟିର ବୈଠକ ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାରେ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା, ସଡ଼କ ଦୁର୍ଘଟଣା ହ୍ରାସ, ଟ୍ରାଫିକ୍ ନିୟମର କଡ଼ା ଅନୁପାଳନ ଏବଂ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ନିୟମିତ ଯାଞ୍ଚ ଓ ଦୃଢ଼ କାର୍ଯ୍ୟାନୁଷ୍ଠାନ ଉପରେ ଗୁରୁତ୍ୱ ଦିଆଯାଇଥିଲା। ଉକ୍ତ ବୈଠକ ଆରମ୍ଭରେ ଅଧୀକ୍ଷଣ ଯନ୍ତ୍ରୀ, ଆର୍‌ ଆଣ୍ଡ ବି, ଖଡ଼ିଆଳ ଶଶାଙ୍କ ଶେଖର ଶୁକ୍ଲା ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ ଜଣାଇବା ସହ ବୈଠକର କାର୍ଯ୍ୟସୂଚୀ ଏବଂ ପୂର୍ବ ବୈଠକର ନିଷ୍ପତ୍ତିଗୁଡ଼ିକର ଅନୁପାଳନ ରିପୋର୍ଟ ଉପସ୍ଥାପନ କରିଥିଲେ। ଅତିରିକ୍ତ ଜିଲ୍ଲାପାଳ ଭାରୀ ଯାନବାହନ ଚଳାଚଳ ସମ୍ପର୍କିତ କଟକଣାକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରିବା ପାଇଁ ଆଞ୍ଚଳିକ ପରିବହନ ଅଧିକାରୀ (RTO)ଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଇରିଗେସନ୍ ଛକ ଓ ତେଲିପଡ଼ା ଛକଠାରେ ନୂତନ ଟ୍ରାଫିକ୍ ପୋଷ୍ଟ ସ୍ଥାପନ ନିମନ୍ତେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ମିଳିତ ଯାଞ୍ଚ ସମ୍ପନ୍ନ ହୋଇଥିବା ସୂଚନା ଦିଆଯାଇଥିଲା। ସେହିପରି, ଘାଟିପଡ଼ା ହେଲମେଟ୍ ହବ୍‌କୁ ମୁଖ୍ୟ ଛକକୁ ସ୍ଥାନାନ୍ତର କରାଯାଇଥିବା ମଧ୍ୟ ଅବଗତ କରାଯାଇଥିଲା।

Nuapada Road Safety Committee : ନୂଆପଡ଼ାରେ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ – ସମୀକ୍ଷା


‘ନୋ ହେଲମେଟ୍, ନୋ ପେଟ୍ରୋଲ’ ନିୟମର ଅନୁପାଳନ ସୁନିଶ୍ଚିତ କରିବା ପାଇଁ ନିୟମିତ ଯାଞ୍ଚ ଜାରି ରଖିବା ସହ ମଦ୍ୟପାନ କରି ଗାଡ଼ି ଚାଳନା ଓ ହେଲମେଟ୍ ବିନା ଗାଡ଼ି ଚାଳନା ବିରୋଧରେ କଡ଼ାକଡ଼ି ଯାଞ୍ଚ ଓ ଏନ୍‌ଫୋର୍ସମେଣ୍ଟ ଉପରେ ଗୁରୁତ୍ୱ ଦିଆଯାଇଥିଲା। ସେବା ସଂକଳ୍ପ ଅଭିଯାନ ଅଧୀନରେ RTO ପକ୍ଷରୁ ମାଗଣା ହେଲମେଟ୍ ବଣ୍ଟନ କାର୍ଯ୍ୟକ୍ରମ ସମ୍ପର୍କରେ ମଧ୍ୟ ସୂଚନା ଦିଆଯାଇଥିଲା।
ଏହି ଅବସରରେ ସେବା ସଂକଳ୍ପ ଅଭିଯାନ ଅଧୀନରେ ଅକ୍ଟୋବର ୧୩ ତାରିଖରେ ଆୟୋଜିତ ‘Young Minds – Slogan and Painting Competition’ର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଚିତ୍ରାଙ୍କନ ପ୍ରତିଯୋଗିତାରେ ଜ୍ଞାନଜ୍ୟୋତି କେ.ଆର୍. ବିଦ୍ୟାଳୟ, ନୂଆପଡ଼ାର ରଶ୍ମିତା ମାଝୀ ପ୍ରଥମ, ନ୍ୟାସନାଲ ହାଇସ୍କୁଲ, ନୂଆପଡ଼ାର ନିଶି ମାଝୀ ଦ୍ୱିତୀୟ ଓ କେ.ଏନ୍. କିଡ୍ସ ପବ୍ଲିକ୍ ସ୍କୁଲ, ନୂଆପଡ଼ାର ଅର୍ଣ୍ଣିକା ଗୁପ୍ତା ତୃତୀୟ ସ୍ଥାନ ହାସଲ କରିଥିଲେ। ସେହିପରି, ସ୍ଲୋଗାନ୍ ପ୍ରତିଯୋଗିତାରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ନୂଆପଡ଼ାର ଡଲି ବିଶି ପ୍ରଥମ, ଜ୍ଞାନଜ୍ୟୋତି କେ.ଆର୍. ବିଦ୍ୟାଳୟର କାଞ୍ଚନ ପ୍ରଭା ସାହୁ ଦ୍ୱିତୀୟ ଓ କେନ୍ଦ୍ରୀୟ ବିଦ୍ୟାଳୟ, ନୂଆପଡ଼ାର ବର୍ଷା ପ୍ରିୟଦର୍ଶିନୀ ତୃତୀୟ ସ୍ଥାନ ଅଧିକାର କରିଥିଲେ।
ଏହାସହ ଅଟଳ ବସ୍‌ଷ୍ଟାଣ୍ଡ ସମ୍ପର୍କିତ ନୋଡାଲ୍ କମିଟି ବୈଠକ ମଧ୍ୟ ଅନୁଷ୍ଠିତ ହୋଇ ବସ୍‌ଷ୍ଟାଣ୍ଡର ପରିଚାଳନା ଓ ଆନୁଷଙ୍ଗିକ ବିଷୟଗୁଡ଼ିକର ସମୀକ୍ଷା କରାଯାଇଥିଲା।
ବୈଠକରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ସୂର୍ମୀ ସୋରେନ, ଅବକାରୀ ଅଧୀକ୍ଷକ ସଂଘମିତ୍ରା ପ୍ରଧାନ, ଡିଆଇବି ଡେପୁଟି ଏସ୍‌ପି ରମାକାନ୍ତ ଜେନା, ଜିଲ୍ଲା ଶିକ୍ଷା ଅଧିକାରୀ ଡ. ପ୍ରଶାନ୍ତ ମହାନ୍ତି, ମୁଖ୍ୟ ଜିଲ୍ଲା ପଶୁଚିକିତ୍ସା ଅଧିକାରୀ ଡ. ସୁଖେନ୍ଦୁ ରାୟ, ଏମ୍‌ଭିଆଇ ଉପେନ୍ଦ୍ର ପୁଷିକା, ନୂଆପଡ଼ା, ଖଡ଼ିଆଳ ଓ ଖରିଆର ରୋଡ୍ ଏନ୍‌ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲା ସଡ଼କ ସୁରକ୍ଷା କମିଟିର ସଦସ୍ୟବୃନ୍ଦ, ବିଭିନ୍ନ ବିଭାଗର ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ।

Nuapada Road Safety Committee : ନୂଆପଡ଼ାରେ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Sindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ