ହିମାଂଶୁ ଭୂଷଣ ନାୟକ/ସାମ୍ବାଦିକ /ପାରାଦୀପ/ ସମୀକ୍ଷା ନ୍ୟୁଜ: ୨୩/୧୧/୨୦୨୬
ପାରାଦୀପ ଗଡ଼ଗେଟ୍ ବଜାରସ୍ଥିତ ମାଛ ମାର୍କେଟ୍ ସମ୍ମୁଖରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି।ସୂଚନା ଅନୁଯାୟୀ, ବାଇକ୍ ଆରୋହୀ ଜଣକ ରାସ୍ତାରେ ଯାଉଥିବା ସମୟରେ ପଛପଟୁ ଆସୁଥିବା ଏକ ଅଜଣା ଟ୍ରକ୍ ତାଙ୍କ ବାଇକ୍କୁ ଧକ୍କା ଦେଇଥିଲା। ଫଳରେ ସେ ରାସ୍ତା ଉପରେ ଛିଟିକି ପଡ଼ିଥିଲେ। ଏହାପରେ ଟ୍ରକ୍ଟି ତାଙ୍କ ଉପରେ ଚଢ଼ିଯିବାରୁ ଘଟଣାସ୍ଥଳରେ ହିଁ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିଲା।ଘଟଣା ସମ୍ପର୍କରେ ଖବର ପାଇ ତୁରନ୍ତ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ଡାକ୍ତରଖାନା ପଠାଇଥିଲା। ଏଥିସହ ରାସ୍ତାରେ ଯାନବାହନ ଚଳାଚଳକୁ ସ୍ୱାଭାବିକ କରିଥିଲା। ଏହି ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।






