ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
ଏବେPradhaniguda Industrial Training Institute: ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ପ୍ରଧାନୀଗୁଡାର ସମାବର୍ତ୍ତନ ଉତ୍ସବ ୫ ମିନିଟ ପୂର୍ବେMalkangiri Pulse Polio Programme: ମାଲକାନଗିରି ଜିଲ୍ଲାରେ ସମନ୍ୱିତ ପଲ୍ସ ପୋଲିଓ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ୯ ମିନିଟ ପୂର୍ବେShaheed Laxman Nayak Jayanti: ଜିଲ୍ଲାସ୍ତରୀୟ ସହୀଦ ଲକ୍ଷ୍ମଣ ନାୟକ ଜୟନ୍ତୀ ପାଳିତ ୩୨ ମିନିଟ ପୂର୍ବେNaveen & Pandian’s foreign visit: ନବୀନ ଓ ପାଣ୍ଡିଆନଙ୍କ ବିଦେଶ ଗସ୍ତ, ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ୫୯ ମିନିଟ ପୂର୍ବେPottangi Block Horrific accident: ପଟ୍ଟାଙ୍ଗି ବ୍ଲକ-ପାୱାର ଟିଲରରେ ଚାଷ କରୁଥିବା ବେଳେ ଭୟଙ୍କର ଦୁର୍ଘଟଣା ୧ ଘଣ୍ଟା ପୂର୍ବେRayagada 4th Annual ‘Diyal Parab’: ରାୟଗଡ଼ା-ଜିସିଡି ପଡିଆଠାରେ ଚତୁର୍ଥ ବର୍ଷ ଦିଆଲ୍ ପରବ୍ ଭେଟଘାଟ୍‌ ୧ ଘଣ୍ଟା ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୨ ଘଣ୍ଟା ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୨ ଘଣ୍ଟା ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୨ ଘଣ୍ଟା ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ!
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା ମାଲକାନଗିରି ବରଗଡ଼ କେନ୍ଦୁଝର

Shaheed Laxman Nayak Jayanti: ଜିଲ୍ଲାସ୍ତରୀୟ ସହୀଦ ଲକ୍ଷ୍ମଣ ନାୟକ ଜୟନ୍ତୀ ପାଳିତ

Shaheed Laxman Nayak Jayanti: ଜିଲ୍ଲାସ୍ତରୀୟ ସହୀଦ ଲକ୍ଷ୍ମଣ ନାୟକ ଜୟନ୍ତୀ ପାଳିତ – ସମୀକ୍ଷା ଖବର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନ୍ୟୁଜ /ମାଲକାନଗିରି: ୨୨/୧୧/୨୬

ଆଜି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ସହୀଦ ଲକ୍ଷ୍ମଣ ନାୟକ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ ଯୋଗଦେଇ ସହୀଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସମବେତ ଛାତ୍ରୀ ଓ ଅତିଥିମାନଙ୍କୁ ସମ୍ବୋଧିତ କରି ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ଶ୍ରୀ ପ୍ରଧାନ କହିଥିଲେ ଯେ ସ୍ୱାଧୀନତା ସଂଗ୍ରାମର ପ୍ରତ୍ୟେକ ପର୍ଯ୍ୟାୟରେ ଓଡ଼ିଶାର ଆଦିବାସୀ ସମାଜ ସମସ୍ତ ପ୍ରତିବନ୍ଧକକୁ ଅତିକ୍ରମ କରି ନିଜର ଦେଶପ୍ରେମ, ଜାତୀୟତାବୋଧ ଓ ସ୍ୱାଭିମାନର ପରିଚୟ ଦେଇଆସିଛି। ଅବିଭକ୍ତ କୋରାପୁଟ ଜିଲ୍ଲାରେ ଭାରତଛାଡ଼ ଆନ୍ଦୋଳନର ନେତୃତ୍ୱ ନେଇଥିବା ଆଦିବାସୀ ବୀର ଲକ୍ଷ୍ମଣ ନାୟକଙ୍କ ଅସାଧାରଣ ଦେଶପ୍ରେମ, ଅଦମ୍ୟ ସାହସ ଓ ଅସୀମ ତ୍ୟାଗ ସମଗ୍ର ଜାତି ପାଇଁ ଗର୍ବ ଓ ଗୌରବର ବିଷୟ। ଯୁବପିଢ଼ି ଓ ଛାତ୍ରୀମାନେ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ରାଷ୍ଟ୍ର ନିର୍ମାଣରେ ବ୍ରତୀ ହେବା ଉଚିତ। ସେହିପରି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉପଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ କହିଥିଲେ ଯେ ସହୀଦ ଲକ୍ଷ୍ମଣ ନାୟକ କେବଳ ଜଣେ ନିର୍ଭୀକ ସ୍ୱାଧୀନତା ସଂଗ୍ରାମୀ ନଥିଲେ, ବରଂ ସମାଜରୁ ଅନ୍ଧବିଶ୍ୱାସ ଓ କୁସଂସ୍କାର ଦୂର କରିବା ପାଇଁ ସେ ଆଜୀବନ ସଂଗ୍ରାମ କରିଥିଲେ। ଆଜିର ଛାତ୍ରଛାତ୍ରୀମାନେ ତାଙ୍କର ସତ୍ୟନିଷ୍ଠା, ଶୃଙ୍ଖଳା ଓ ସମାଜ ସଂସ୍କାରମୂଳକ ଚିନ୍ତାଧାରାକୁ ନିଜ ଜୀବନରେ ଆପଣାଇବା ଆବଶ୍ୟକ। ଅନ୍ୟତମ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଂଜନ ପାଣିଗ୍ରାହୀ, ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଦୁଷ୍ମନ୍ତ ଜେନା, ମାଲକାନଗିରି ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ ଅଧ୍ୟାପକ ଡଃ ରଞ୍ଜନ ସ୍ୱାଇଁ, ମାଲକାନଗିରି ବିଧାୟକଙ୍କ ପ୍ରତିନିଧି ନିହାର ରୟ ଏବଂ କନ୍ଧ ସମାଜ ସଭାପତି ହରି ଗୋଲରୀ ପ୍ରମୁଖ ଯୋଗଦେଇ ସହୀଦଙ୍କ ଜୀବନୀ, ନିଶା ନିବାରଣ, ବାଲ୍ୟବିବାହ ଓ ଜାତିପ୍ରଥା ବିରୋଧରେ ତାଙ୍କର ସଂଗ୍ରାମ ଉପରେ ଆଲୋକପାତ କରିଥିଲେ।ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମିଳା ମାଝୀ ସ୍ୱାଗତ ଭାଷଣ ଦେବା ସହ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ମଧୁମିତା ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମ ଆୟୋଜନରେ ହରେକୃଷ୍ଣ କୀର୍ତ୍ତନିଆ ଓ ରଞ୍ଜନ ମହାନ୍ତି ସହଯୋଗ କରିଥିବା ବେଳେ ବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରୀମାନେ ଉପସ୍ଥିତ ଥିଲେ।

Shaheed Laxman Nayak Jayanti: ଜିଲ୍ଲାସ୍ତରୀୟ ସହୀଦ ଲକ୍ଷ୍ମଣ ନାୟକ ଜୟନ୍ତୀ ପାଳିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର LAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ