ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ଆମ୍ବୁଲାନ୍ସ ଧକ୍କାରେ ଜଣେ ଶିକ୍ଷକଙ୍କ ମୃତ୍ୟୁ

ଆମ୍ବୁଲାନ୍ସ ଧକ୍କାରେ ଜଣେ ଶିକ୍ଷକଙ୍କ ମୃତ୍ୟୁ – ସମୀକ୍ଷା ଖବର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, ୦୪/୦୯/୨୬:
ବିଏଲଓ କାର୍ଯ୍ୟ ସାରି ଘରକୁ ଫେରୁଥିବା ବେଳେ ଆମ୍ବୁଲାନ୍ସ ଧକ୍କାରେ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତ ଶିକ୍ଷକ ହେଲେ ସାଲିମି ପଞ୍ଚାୟତ ନୂଆଗୁଡ଼ା ଗ୍ରାମର ହନୁରାମ ନାୟକ ।
ସୂଚନାନୁସାରେ, ଶ୍ରୀ ନାୟକ ବିଏଲଓ କାର୍ଯ୍ୟ ପାଇଁ ବିଜାପଦର ଗ୍ରାମକୁ ଯାଇଥିଲେ। କାର୍ଯ୍ୟ ସାରି ସ୍କୁଟିରେ ଘରକୁ ଫେରୁଥିବା ସମୟରେ ସାଲିମି-କିଆଙ୍ଗ ମଧ୍ୟରେ ଏକ ଦ୍ରୁତଗତି ଆମ୍ବୁଲାନ୍ସ ତାଙ୍କ ଗାଡ଼ିକୁ ଧକ୍କା ଦେଇଥିଲା। ଗୁରୁତର ଆହତ ଅବସ୍ଥାରେ ତାଙ୍କୁ ମାଥିଲି ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ।

ଆମ୍ବୁଲାନ୍ସ ଧକ୍କାରେ ଜଣେ ଶିକ୍ଷକଙ୍କ ମୃତ୍ୟୁ – ସମୀକ୍ଷା


ଦୁର୍ଘଟଣା ପରେ ଆମ୍ବୁଲାନ୍ସ ଚାଳକ ନିଜେ ଥାନାରେ ଆତ୍ମସମର୍ପଣ କରିଥିବା ବେଳେ ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଶିକ୍ଷକ ହନୁରାମ ନାୟକଙ୍କ ଅକାଳ ବିୟୋଗରେ ଅଞ୍ଚଳ ଓ ଶିକ୍ଷକ ମହଲରେ ଶୋକର ଛାୟା ଖେଳିଯାଇଛି। ବ୍ଲକ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।

ଆମ୍ବୁଲାନ୍ସ ଧକ୍କାରେ ଜଣେ ଶିକ୍ଷକଙ୍କ ମୃତ୍ୟୁ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଗାଇସିଲେଟରେ ବ୍ଲକସ୍ତରୀୟ ‘ବେଟି ବଚାଓ, ବେଟି ପଢ଼ାଓ’ ଯୁବ ସମ୍ମିଳନୀ