ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ

“ବିଦ୍ୟାଳୟ ରୂପାନ୍ତରଣରେ ‘ପଞ୍ଚସଖା ଶିକ୍ଷା ସେତୁ’ର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା”: ଶିକ୍ଷା କେବଳ ଜ୍ଞାନ ନୁହେଁ, ମଣିଷ ଗଢ଼ିବାର ଏକ ମହାନ ପ୍ରକ୍ରିୟା”- ମୁଖ୍ୟମନ୍ତ୍ରୀ

“ବିଦ୍ୟାଳୟ ରୂପାନ୍ତରଣରେ ‘ପଞ୍ଚସଖା ଶିକ୍ଷା ସେତୁ’ର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା”: ଶିକ୍ଷା କେବଳ ଜ୍ଞାନ ନୁହେଁ, ମଣିଷ ଗଢ଼ିବାର ଏକ ମହାନ ପ୍ରକ୍ରିୟା”- ମୁଖ୍ୟମନ୍ତ୍ରୀ – ସମୀକ୍ଷା ଖବର

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର

୫ ସେପ୍ଟେମ୍ବର ୨୦୨୬

ସୋସିଆଲ ମିଡିଆରେ ଅଧିକ ସମୟ ନଷ୍ଟ ନକରିବାକୁ, ଅପପ୍ରଚାରର ବଶବର୍ତ୍ତୀ ନହୋଇ ଏକମନ ଓ ଏକପ୍ରାଣ ହୋଇ ପାଠ ପଢ଼ିବାକୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁ ଦିବସ ଅବସରରେ ଛାତ୍ରଛାତ୍ରୀଙ୍କୁ ବୁଝାଇ ପରାମର୍ଶ ଦେଇଛନ୍ତି। କଟକସ୍ଥିତ ସେକେଣ୍ଡାରୀ ବୋର୍ଡ ହାଇସ୍କୁଲଠାରେ ଆୟୋଜିତ ଗୁରୁ ଦିବସ ସମାରୋହରେ ଯୋଗଦେଇ ପିଲାମାନଙ୍କ ସହିତ ବାର୍ତ୍ତାଳାପ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀମାନଙ୍କୁ ନିଜର କ୍ୟାରିୟର ଗଢିବା ଉପରେ ଫୋକସ୍ କରିବାକୁ ପରାମର୍ଶ ଦେଇ ଏହା କହିଛନ୍ତି।

“ବିଦ୍ୟାଳୟ ରୂପାନ୍ତରଣରେ ‘ପଞ୍ଚସଖା ଶିକ୍ଷା ସେତୁ’ର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା”: ଶିକ୍ଷା କେବଳ ଜ୍ଞାନ ନୁହେଁ, ମଣିଷ ଗଢ଼ିବାର ଏକ ମହାନ ପ୍ରକ୍ରିୟା”- ମୁଖ୍ୟମନ୍ତ୍ରୀ – ସମୀକ୍ଷା

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଛାତ୍ର ଭାବରେ ତୁମ ମାନଙ୍କର ପ୍ରଥମ ଦାୟିତ୍ୱ ହେଉଛି ଭଲ ପାଠ ପଢି ଦକ୍ଷତା ହାସଲ କରିବ ଏବଂ ନିଜର ଓ ଦେଶର ବିକାଶରେ ଯୋଗଦାନ ରଖିବ। ଏହା ହେଉଛି ଆମ ଶିକ୍ଷା ପ୍ରକ୍ରିୟାର ମୂଳ ଉଦ୍ଦେଶ୍ୟ। ତେଣୁ, ଅନ୍ୟ କୌଣସି ବିଷୟରେ ଯାହା ତୁମର କ୍ୟାରିୟର ଗଢିବାରେ ବାଧା ସୃଷ୍ଟି କରିବାର ସମ୍ଭାବନା ରହିଛି ସେଥିରୁ ଦୂରେଇ ରହିବାକୁ ପିଲାମାନଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ।

ସେହିପରି ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସମ୍ପର୍କ ଉପରେ ଆଲୋକପାତ କରି ଏହା ଆଜିର ସମୟରେ ଅଧିକ ବନ୍ଧୁତ୍ୱପୂର୍ଣ୍ଣ ହେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ସହିତ ପିତାମାତା ଓ ଗୁରୁଜନଙ୍କ ଆଶୀର୍ବାଦ ନେଇ ସଫଳତାର ଶୀର୍ଷରେ ପହଞ୍ଚିବାକୁ ପରାମର୍ଶ ଦେଇଛନ୍ତି।

ଶିକ୍ଷା କେବଳ ଜ୍ଞାନ ପ୍ରଦାନ ନୁହେଁ; ଶିକ୍ଷା ହେଉଛି ମଣିଷ ଗଢ଼ିବାର ଏକ ମହାନ ପ୍ରକ୍ରିୟା ଏବଂ ଆମର ଶିକ୍ଷକମାନେ ଏହି ଗୁରୁଦାୟିତ୍ୱ ତୁଲାଇ ଆସୁଛନ୍ତି। ଗୁରୁ ଓ ଶିଷ୍ୟ ମଧ୍ୟରେ ଥିବା ପବିତ୍ର ସମ୍ପର୍କର ମହାତ୍ମ୍ୟ ପିଲାମାନଙ୍କୁ ବୁଝାଇବା ସହ ଭାରତର ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ପୂଣ୍ୟ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅତୁଳନୀୟ। ପ୍ରଭୁ ଶ୍ରୀରାମ, ଶ୍ରୀକୃଷ୍ଣଙ୍କଠାରୁ ଆରମ୍ଭ କରି ଚନ୍ଦ୍ରଗୁପ୍ତ ମୌର୍ଯ୍ୟ ଓ ସ୍ୱାମୀ ବିବେକାନନ୍ଦଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ଜୀବନ ଗଠନରେ ଗୁରୁଙ୍କ ଭୂମିକା ନିର୍ଣ୍ଣାୟକ ଥିଲା। ଆଜିର ଯୁଗରେ ମଧ୍ୟ ‘ମିଜାଇଲ ମ୍ୟାନ୍’ ଡଃ ଏ.ପି.ଜେ. ଅବ୍‌ଦୁଲ କାଲାମଙ୍କ ଭଳି ମହାନ ବ୍ୟକ୍ତିତ୍ୱ ଦେଶର ସର୍ବୋଚ୍ଚ ପଦବୀରେ ଥାଇ ମଧ୍ୟ ନିଜକୁ ପ୍ରଥମେ ଜଣେ ଶିକ୍ଷକ ଭାବେ ପରିଚୟ ଦେବାକୁ ପରମ ଗୌରବ ମନେକରୁଥିଲେ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।

ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାରଙ୍କ ସଂକଳ୍ପ ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ ‘କେଜି ରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନାର ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ ରାଜ୍ୟ ଭାବେ ଶିଶୁ ବାଟିକାରୁ ଆରମ୍ଭ କରି ସ୍ନାତକୋତ୍ତର ପର୍ଯ୍ୟନ୍ତ ଶିକ୍ଷାକୁ ସାର୍ବଜନୀନ ନିଃଶୁଳ୍କ କରିଛି।

ଏତଦ୍‌ବ୍ୟତୀତ ୧୨,୦୦୦ କୋଟି ଟଙ୍କା ବ୍ୟୟରେ ୨,୨୦୦ଟି ବିଶ୍ୱସ୍ତରୀୟ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ନିର୍ମାଣ କରାଯାଉଛି ଏବଂ ପ୍ରାକ୍-ବିଦ୍ୟାଳୟ ପିଲାଙ୍କ ପାଇଁ ୪୫,୦୦୦ ଶିଶୁ ବାଟିକା ଖୋଲାଯାଇଛି। ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଓ ପାଠ୍ୟପୁସ୍ତକ ଯୋଗାଣ, ଆଦିବାସୀ ପିଲାଙ୍କ ପାଇଁ ‘ଶହିଦ୍ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା’ ଏବଂ ଆଗାମୀ ୩ ବର୍ଷ ମଧ୍ୟରେ ୪୫,୦୦୦ ଶିକ୍ଷକ ପଦବୀ ପୂରଣ ନେଇ ସରକାରୀ ପ୍ରତିଶ୍ରୁତିବଦ୍ଧତାକୁ ସେ ଦୋହରାଇଛନ୍ତି।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ‘ପଞ୍ଚସଖା ଶିକ୍ଷା ସେତୁ’ ମାଧ୍ୟମରେ ପୁରାତନ ଛାତ୍ରଛାତ୍ରୀଙ୍କୁ ସାମିଲ କରି ସ୍କୁଲର ସମନ୍ୱିତ ରୂପାନ୍ତରଣ କରାଯାଉଥିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ ପୂର୍ବତନ ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ଓ ପୂର୍ବତନ ଅର୍ଥମନ୍ତ୍ରୀ ପଞ୍ଚାନନ କାନୁନ୍‌ଗୋଙ୍କ ଭଳି ପୁରାତନ ଛାତ୍ରଙ୍କ ପାଇଁ ଏହି ବିଦ୍ୟାଳୟ ଆଜି ଗର୍ବିତ। ଏହି ଭଳି ବ୍ୟକ୍ତିତ୍ୱ ଶିକ୍ଷାନୁଷ୍ଠାନର ପ୍ରକୃତ ପରିଚୟ । ଶିକ୍ଷକଙ୍କ ଅଗାଧ ଜ୍ଞାନ, ଛାତ୍ରଛାତ୍ରୀଙ୍କ ପ୍ରତିଭା, ପୁରାତନ ଛାତ୍ରଙ୍କ ଅନୁଭବ ଓ ଜନସାଧାରଣଙ୍କ ମିଳିତ ସହଯୋଗରେ ଏକ ସଶକ୍ତ, ସମୃଦ୍ଧ ଓ ଆତ୍ମନିର୍ଭର ଓଡ଼ିଶା ଗଢ଼ିତୋଳିବାକୁ ସେ ଆହ୍ୱାନ ଦେଇଛନ୍ତି।

“ବିଦ୍ୟାଳୟ ରୂପାନ୍ତରଣରେ ‘ପଞ୍ଚସଖା ଶିକ୍ଷା ସେତୁ’ର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା”: ଶିକ୍ଷା କେବଳ ଜ୍ଞାନ ନୁହେଁ, ମଣିଷ ଗଢ଼ିବାର ଏକ ମହାନ ପ୍ରକ୍ରିୟା”- ମୁଖ୍ୟମନ୍ତ୍ରୀ – ସମୀକ୍ଷା

ଏହି ଅବସରରେ ଶିକ୍ଷାଦାନ ଓ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଢ଼ିବାରେ ନିଷ୍ଠାପର ସେବା ପ୍ରଦାନ କରିଥିବା ଶ୍ରୀ ଅଶୋକ କୁମାର ଶତପଥୀ, ଶ୍ରୀମତୀ କୁମୁଦିନୀ ଜୀ, ଶ୍ରୀମତୀ ଶକୁନ୍ତଳା ମହାନ୍ତି, ଶ୍ରୀ ଦୈତାରୀ ସାହୁ ଏବଂ ଶ୍ରୀମତୀ ଜୟନ୍ତୀ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କୃତ ଓ ସମ୍ବର୍ଦ୍ଧିତ କରିଛନ୍ତି। ବିଦ୍ୟାଳୟର ଗୌରବମୟ ପରମ୍ପରାକୁ ଆଗକୁ ନେବାରେ ଏହି ଆଦର୍ଶ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କର ପ୍ରମୁଖ ଭୂମିକା ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।

ଏହି ଅବସରରେ ମାହାଙ୍ଗା ବିଧାୟକ ସାରଦା ପ୍ରସାଦ ପ୍ରଧାନ, କଟକ ସଦର ବିଧାୟକ ଇଂ. ପ୍ରକାଶ ଚନ୍ଦ୍ର ସେଠୀ; ଚୌଦ୍ବାର-କଟକ ବିଧାୟକ ଶ୍ରୀ ସୌଭିକ ବିଶ୍ବାଳ; ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ , ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡକ୍ଟର ଏନ୍. ତିରୁମାଲା ନାୟକ; କଟକ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ, ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ଶ୍ରୀକାନ୍ତ ତରାଇ, ସେକେଣ୍ଡାରୀ ବୋର୍ଡ ସ୍କୁଲର ପ୍ରଧାନଶିକ୍ଷକ ଅଶୋକ କୁମାର ଶତପଥୀ, ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

“ବିଦ୍ୟାଳୟ ରୂପାନ୍ତରଣରେ ‘ପଞ୍ଚସଖା ଶିକ୍ଷା ସେତୁ’ର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା”: ଶିକ୍ଷା କେବଳ ଜ୍ଞାନ ନୁହେଁ, ମଣିଷ ଗଢ଼ିବାର ଏକ ମହାନ ପ୍ରକ୍ରିୟା”- ମୁଖ୍ୟମନ୍ତ୍ରୀ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବାଲିକୁଦା, ବର୍ଷା ଆସିଲେ ରାସ୍ତା ଅବସ୍ଥା ଆହୁରି ଦୟନୀୟ