ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ଖୋର୍ଦ୍ଧା କେନ୍ଦୁଝର କନ୍ଧମାଳ ପୁରୀ

ପୋଖରୀରେ ବୁଡ଼ି ବୃଦ୍ଧାଙ୍କ ମୃତ୍ୟୁ

ପୋଖରୀରେ ବୁଡ଼ି ବୃଦ୍ଧାଙ୍କ ମୃତ୍ୟୁ – ସମୀକ୍ଷା ଖବର

ଶଙ୍କର୍ଷଣ ସାହୁ/ରିପୋର୍ଟର/ ପରଜଙ୍ଗ:
ପରଜଙ୍ଗ ୧୩/୦୯ ଢେ଼ଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ ଜୟପୂରାକାଟେଣି ଗ୍ରାମରେ ପୋଖରୀ ରେ ବୁଡି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ ଜୟପୂରାକାଟେଣୀ ଗ୍ରାମର ବୃଦ୍ଧା ନିରାଶ ପରିଡା (୮୧) ଆଜି ସକାଳ ସମୟରେ ଗାଧୋଇବାକୁ ଯାଇ ଗ୍ରାମର ଚେକା ପୋଖରୀ ରେ ଗୋଡ ଖସି ଯିବାରୁ ଗଭୀର ପାଣିରେ ବୁଡ଼ି ଯାଇଥିବା ଜଣା ପଡିଛି।ଘରକୁ ଆସିବାରେ ବିଳମ୍ବ ହେବାରୁ ପରିବାର ଲୋକେ ଖୋଜାଖୋଜି କରି ଖବରପାଇ ଜାଣିବାକୁ ପାଇଲେ। ସଙ୍ଗେ ସଙ୍ଗେ ଅଗ୍ନିଶମ ବାହିନୀ ଓ ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ ସୁଦ୍ଧା ସେତେବେଳକୁ ବୃଦ୍ଧାଙ୍କ ମୃତ୍ୟୁ ହୋଇ ସାରିଥିଲା। ଏହି ଘଟଣା ଜାଣିବା ପରେ ଗାଁ ରେ ଶୋକ ର ଛାୟା ଖେଳି ଯାଇଛି।

ପୋଖରୀରେ ବୁଡ଼ି ବୃଦ୍ଧାଙ୍କ ମୃତ୍ୟୁ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଗାଇସିଲେଟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଗଣେଶ ପୂଜା ସହ ପୂର୍ବ ଛାତ୍ର ସମ୍ମିଳନୀ