ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

କେନ୍ଦ୍ରାପଡ଼ାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମ,ଶ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିରରେ ଜିଲ୍ଲାସ୍ତରୀୟ ଦୀପ ପ୍ରଜ୍ୱଳନ

କେନ୍ଦ୍ରାପଡ଼ାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମ,ଶ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିରରେ ଜିଲ୍ଲାସ୍ତରୀୟ ଦୀପ ପ୍ରଜ୍ୱଳନ – ସମୀକ୍ଷା ଖବର

ନମିତା ନାୟକ/ ଜିଲ୍ଲା ପ୍ରତିନିଧି/ସମୀକ୍ଷା ନ୍ୟୁଜ/ କେନ୍ଦ୍ରାପଡ଼ା:
ରାଜ୍ୟବ୍ୟାପୀ “ସେବା ସଂକଳ୍ପ ପର୍ବ” ପାଳନର ଶୁଭାରମ୍ଭ ଅବସରରେ ଆଜି ସନ୍ଧ୍ୟାରେ କେନ୍ଦ୍ରାପଡ଼ାସ୍ଥିତ ଶ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିର ପରିସରରେ ଜିଲ୍ଲାସ୍ତରୀୟ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମ ଶ୍ରଦ୍ଧା ଓ ଭକ୍ତିମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି।
ଏହି ଅବସରରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଶ୍ରୀ ରଘୁରାମ ଆର. ଆୟର ମୁଖ୍ୟ ଅତିଥି ଭାବେ ଯୋଗଦେଇ ‘ଆଶୀର୍ବାଦର ଦୀପ’ ପ୍ରଜ୍ୱଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଜେପି ଜିଲ୍ଲା ସଭାପତି ଶ୍ରୀ ଶୋଶାଙ୍କ ଶେଖର ସେଠୀ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁଷମା ମହାନ୍ତି, କେନ୍ଦ୍ରାପଡ଼ା ମୁନିସିପାଲିଟିର ନିର୍ବାହୀ ଅଧିକାରୀ ତ୍ରିନାଥ ବେହେରା,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଫକିର ମୋହନ ମାଝୀ,ଡିପିସି, ମିଶନ ଶକ୍ତି ଆରତୀ ସାହୁଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ, ଜନପ୍ରତିନିଧି, ଶ୍ରଦ୍ଧାଳୁ ଓ ବହୁ ସଂଖ୍ୟକ ସାଧାରଣ ଜନସାଧାରଣ ଉପସ୍ଥିତ ଥିଲେ।

କେନ୍ଦ୍ରାପଡ଼ାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମ,ଶ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିରରେ ଜିଲ୍ଲାସ୍ତରୀୟ ଦୀପ ପ୍ରଜ୍ୱଳନ – ସମୀକ୍ଷା


ଏହି କାର୍ଯ୍ୟକ୍ରମ ୧୭ ସେପ୍ଟେମ୍ବର ୨୦୨୬ ଠାରୁ ୧୭ ଅକ୍ଟୋବର ୨୦୨୬ ପର୍ଯ୍ୟନ୍ତ ପାଳିତ ହେବାକୁ ଥିବା “ସେବା ସଂକଳ୍ପ ପର୍ବ”ର ଏକ ଅଂଶବିଶେଷ। ସେବା, ସମର୍ପଣ, ଜନସେବା ଓ ଜନକଲ୍ୟାଣର ଭାବନାକୁ ଆହୁରି ସୁଦୃଢ଼ କରିବା ଏହି ପର୍ବର ମୁଖ୍ୟ ଉଦ୍ଦେଶ୍ୟ।
‘ଆଶୀର୍ବାଦର ଦୀପ’ ପ୍ରଜ୍ୱଳନ ଅବସରରେ ଜିଲ୍ଲାପାଳ ଶ୍ରୀ ଆୟରଙ୍କ ସମେତ ଉପସ୍ଥିତ ଅଧିକାରୀ, ଜନପ୍ରତିନିଧି, ଶ୍ରଦ୍ଧାଳୁ ଓ ସାଧାରଣ ଜନସାଧାରଣ ଦୀପ ପ୍ରଜ୍ୱଳନ କରି ସମାଜରେ ସେବା, ସହଯୋଗ, ସମର୍ପଣ ଓ ମାନବିକତାର ଆଲୋକ ପ୍ରସାର ପାଇଁ ସଂକଳ୍ପବଦ୍ଧ ହୋଇଥିଲେ।
‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମ କେବଳ ଜିଲ୍ଲାସ୍ତରରେ ସୀମିତ ନରହି ଆଜି ଜିଲ୍ଲାର ବିଭିନ୍ନ ବ୍ଲକ, ପଞ୍ଚାୟତ, ଗ୍ରାମାଞ୍ଚଳ ଏବଂ ଘରେ ଘରେ ମଧ୍ୟ ପାଳନ କରାଯାଇଛି। ବିଭିନ୍ନ ସ୍ଥାନରେ ସ୍ଥାନୀୟ ଜନପ୍ରତିନିଧି, ପ୍ରଶାସନିକ ଅଧିକାରୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ଯୁବକ-ଯୁବତୀ, ବିଭିନ୍ନ ସାମାଜିକ ସଂଗଠନ ଓ ସାଧାରଣ ଜନସାଧାରଣଙ୍କ ସହଭାଗିତାରେ ଦୀପ ପ୍ରଜ୍ୱଳନ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।

କେନ୍ଦ୍ରାପଡ଼ାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମ,ଶ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିରରେ ଜିଲ୍ଲାସ୍ତରୀୟ ଦୀପ ପ୍ରଜ୍ୱଳନ – ସମୀକ୍ଷା


ଏହି ଅବସରରେ ସମାଜର ପ୍ରତ୍ୟେକ ବର୍ଗଙ୍କୁ “ସେବା ସଂକଳ୍ପ ପର୍ବ” ସହ ଯୋଡ଼ି ଏହାକୁ ଏକ ଜନଆନ୍ଦୋଳନର ରୂପ ଦେବା ପାଇଁ ଆହ୍ୱାନ କରାଯାଇଛି। ଜନସାଧାରଣଙ୍କ ସକ୍ରିୟ ସହଭାଗିତା ଓ ସହଯୋଗ ମାଧ୍ୟମରେ ସେବା, ସମର୍ପଣ ଓ ଜନକଲ୍ୟାଣର ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବା ସହିତ ସମାଜରେ ଏକତା, ସହଯୋଗ ଓ ସାମୂହିକ ଦାୟିତ୍ୱବୋଧକୁ ଆହୁରି ମଜବୁତ କରିବା ଉପରେ ଗୁରୁତ୍ୱ ଦିଆଯାଇଛି।
ଆସନ୍ତା ୧୭ ଅକ୍ଟୋବର ୨୦୨୬ ପର୍ଯ୍ୟନ୍ତ “ସେବା ସଂକଳ୍ପ ପର୍ବ” ଅବସରରେ ବିଭିନ୍ନ ସେବାମୂଳକ, ଜନକଲ୍ୟାଣମୂଳକ ଓ ସଚେତନତାମୂଳକ କାର୍ଯ୍ୟକ୍ରମ ଜିଲ୍ଲାର ବିଭିନ୍ନ ସ୍ତରରେ ଆୟୋଜିତ ହେବ। ଏହି ସମସ୍ତ କାର୍ଯ୍ୟକ୍ରମରେ ଜନସାଧାରଣଙ୍କ ସକ୍ରିୟ ଅଂଶଗ୍ରହଣ ଏବଂ ସହଭାଗିତା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଆହ୍ୱାନ କରାଯାଇଛି।

କେନ୍ଦ୍ରାପଡ଼ାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମ,ଶ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିରରେ ଜିଲ୍ଲାସ୍ତରୀୟ ଦୀପ ପ୍ରଜ୍ୱଳନ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଟାଙ୍ଗୀ:ଧଳା ଜହର ବେପାରୀ ଗିରଫ