ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ବଲାଙ୍ଗୀର ନୂଆପଡ଼ା

ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ନେତୃତ୍ୱରେ ନୃସିଂହନାଥ ପୀଠରେ ପ୍ରଧାନମନ୍ତ୍ରୀଙ୍କ ଆଶୀର୍ବାଦ ଦୀପଦାନ

ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ନେତୃତ୍ୱରେ ନୃସିଂହନାଥ ପୀଠରେ ପ୍ରଧାନମନ୍ତ୍ରୀଙ୍କ ଆଶୀର୍ବାଦ ଦୀପଦାନ – ସମୀକ୍ଷା ଖବର

ସୁଶାନ୍ତ ପଣ୍ଡା / ପଶ୍ଚିମ ଓଡ଼ିଶା ମୁଖ୍ୟ / ସମୀକ୍ଷା ନ୍ୟୁଜ

ଦେଶର ମଙ୍ଗଳ ଓ ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା

ପାଇକମାଳ, ୧୯।୯ : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ନୃସିଂହନାଥ ପୀଠରେ ପ୍ରଧାନମନ୍ତ୍ରୀଙ୍କ ଆଶୀର୍ବାଦ ଦୀପଦାନ କାର୍ଯ୍ୟକ୍ରମ ଶ୍ରଦ୍ଧା ଓ ଭକ୍ତିମୟ ପରିବେଶରେ ଅନୁଷ୍ଠିତ ହୋଇଛି। ଏହି ଅବସରରେ ପୀଠ ପରିସରରେ ଶତାଧିକ ଦୀପ ପ୍ରଜ୍ଜ୍ୱଳିତ ହେବା ସହ ସମଗ୍ର ପରିବେଶ ଆଲୋକମୟ ହୋଇଉଠିଥିଲା।କାର୍ଯ୍ୟକ୍ରମରେ ଉପସ୍ଥିତ ଭକ୍ତ ଓ ଶ୍ରଦ୍ଧାଳୁ, ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାଙ୍କ ସମେତ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ବର୍ଗର ଲୋକେ ସମୂହ ଦୀପ ପ୍ରଜ୍ଜ୍ୱଳନ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ, ସୁସ୍ଥତା ଓ ମଙ୍ଗଳ କାମନା କରିବା ସହ ଦେଶର ଶାନ୍ତି, ସମୃଦ୍ଧି, ଉନ୍ନତି ଓ ସାମାଜିକ ସଦ୍‌ଭାବ ପାଇଁ ପ୍ରାର୍ଥନା କରାଯାଇଥିଲା।

ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ନେତୃତ୍ୱରେ ନୃସିଂହନାଥ ପୀଠରେ ପ୍ରଧାନମନ୍ତ୍ରୀଙ୍କ ଆଶୀର୍ବାଦ ଦୀପଦାନ – ସମୀକ୍ଷା

ଏହି ଅବସରରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ, ନୃସିଂହନାଥ କାର୍ଯ୍ୟନିର୍ବାହୀ ଅଧିକାରୀ ପୁରୁଷୋତ୍ତମ ପ୍ରଧାନଙ୍କ ସମେତ ଗୋବର୍ଦ୍ଧନ ଅଗ୍ରୱାଲ, ସରୋଜ ସାମଲ, ରାଜକିଶୋର ସାହୁ, ସୁରେନ୍ଦ୍ର ପ୍ରତାପ ସିଂ ବରିହା, କୈଳାଶ ଦିଶ୍ରୀ, ସୁଦାମ ଚରଣ ସେଠ, ପୁରନ୍ଦର ସାହୁ, ବଳରାମ ସାହୁ, ଅକ୍ଷୟ ସାହୁ, ପିତବାସ ସାହୁ, ସଞ୍ଜୟ ବେହେରା, ଆଜମ୍ ଖାନ୍, ମହେନ୍ଦ୍ର ନାଏକ, ବୈକୁଣ୍ଠ ସାହୁ, ଦିବ୍ୟ ହଂସ ଓ ସରୋଜ ମିର୍ଜାଙ୍କ ସମେତ ବହୁ ଭକ୍ତ ଓ ଶ୍ରଦ୍ଧାଳୁ ଯୋଗଦେଇଥିଲେ।

ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ନେତୃତ୍ୱରେ ନୃସିଂହନାଥ ପୀଠରେ ପ୍ରଧାନମନ୍ତ୍ରୀଙ୍କ ଆଶୀର୍ବାଦ ଦୀପଦାନ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବରଗଡ଼ରେ ୬୬୨ ସଂଘର ବୈଠକ: ୨୨ ତାରିଖରେ ଭୁବନେଶ୍ୱରରେ ଆନ୍ଦୋଳନ ପାଇଁ ପ୍ରସ୍ତୁତି