ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି:ସେପ୍ଟେମ୍ବର ୨୩ ଓ ୨୪ରେ ଯାତାୟାତ ଉପରେ କଟକଣା; ଯାତ୍ରୀଙ୍କୁ ସତର୍କ ରହିବାକୁ ଅନୁରୋଧ

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି:ସେପ୍ଟେମ୍ବର ୨୩ ଓ ୨୪ରେ ଯାତାୟାତ ଉପରେ କଟକଣା; ଯାତ୍ରୀଙ୍କୁ ସତର୍କ ରହିବାକୁ ଅନୁରୋଧ – ସମୀକ୍ଷା ଖବର

ଅଚ୍ୟୁତ ଜାନୀ/ସ୍ଵତନ୍ତ୍ର ପ୍ରତିନିଧି/କନ୍ଧମାଳ/ସମୀକ୍ଷା ନ୍ୟୁଜ:

ସମ୍ଭାବ୍ୟ ବାତ୍ୟା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲାର ଗୁରୁତ୍ୱପୂର୍ଣ୍ଣ କଳିଙ୍ଗା ଘାଟି ଦେଇ ଯାତାୟାତକୁ ଦୁଇ ଦିନ ପାଇଁ ବନ୍ଦ ରଖିବା ନେଇ କନ୍ଧମାଳ ଜିଲ୍ଲାପାଳ ଶ୍ରୀବେଦଭୂଷଣ ଓ ଗଞ୍ଜାମ ଜିଲ୍ଲାପାଳ ପକ୍ଷରୁ ସୂଚନା ଜାରି ହୋଇଛି। ସେପ୍ଟେମ୍ବର ୨୩ ଓ ୨୪ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହୋଥିବା ଲଘୁଚାପ ଜନିତ ବର୍ଷା ବାତ୍ୟାକୁ ଦୃଷ୍ଟିରେ ରଖି କଳିଙ୍ଗା ଘାଟି ସମ୍ପୂର୍ଣ୍ଣ ବନ୍ଦ ରହିବ ବୋଲି ଜିଲ୍ଲାପ୍ରଶାସନ ପକ୍ଷରୁ ଜନସାଧାରଣଙ୍କୁ ସଚେତନ କରାଯାଇଛି।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି:ସେପ୍ଟେମ୍ବର ୨୩ ଓ ୨୪ରେ ଯାତାୟାତ ଉପରେ କଟକଣା; ଯାତ୍ରୀଙ୍କୁ ସତର୍କ ରହିବାକୁ ଅନୁରୋଧ – ସମୀକ୍ଷା

ପ୍ରତିକୂଳ ପାଣିପାଗ ସମୟରେ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ, ରାସ୍ତା ଅବରୋଧ ଓ ଅନ୍ୟାନ୍ୟ ବିପଦର ଆଶଙ୍କା ରହିଥିବାରୁ ଯାତ୍ରୀମାନେ ସତର୍କତା ଅବଲମ୍ବନ କରିବାକୁ ଅନୁରୋଧ କରାଯାଇଛି। ବିଶେଷକରି ଦୁଇ ଦିନ ଧରି କଳିଙ୍ଗା ଘାଟି ଦେଇ ଅତ୍ୟାବଶ୍ୟକ ନଥିଲେ ଯାତ୍ରା ନକରିବାକୁ ପରାମର୍ଶ ଦିଆଯାଇଛି।
ଏଥିସହ ଯାତ୍ରୀ ଓ ଭାରୀ ଯାନବାହନ ଚାଳକ ମାନେ ପାଣିପାଗର ସ୍ଥିତି ପ୍ରତି ନଜର ରଖିବା ସହ ସତର୍କ ରହିବାକୁ ଅନୁରୋଧ କରାଯାଇଛି। ସମ୍ଭାବ୍ୟ ବିପଦକୁ ଏଡ଼ାଇବା ପାଇଁ ସମସ୍ତେ ସହଯୋଗ କରିବା ଆବଶ୍ୟକ ବୋଲି କୁହାଯାଇଛି।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି:ସେପ୍ଟେମ୍ବର ୨୩ ଓ ୨୪ରେ ଯାତାୟାତ ଉପରେ କଟକଣା; ଯାତ୍ରୀଙ୍କୁ ସତର୍କ ରହିବାକୁ ଅନୁରୋଧ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର କନ୍ଧମାଳର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ୫.୩୪ ଲକ୍ଷ ଭୋଟର, ପୁରୁଷଙ୍କୁ ଟପିଲେ ମହିଳା; ବୁଥ୍ ସଂଖ୍ୟା ୮୧୨କୁ ବୃଦ୍ଧି