ଭରତ ବିଶି / କଳାହାଣ୍ଡି / ସମୀକ୍ଷା ନ୍ୟୁଜ:
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଏହି ଗଭୀର ଅବପାତ କାରଣରୁ ଆସନ୍ତାକାଲି ଅର୍ଥାତ୍ ୨୫ ତାରିଖରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ତେଣୁ ଛାତ୍ରଛାତ୍ରୀମାନଙ୍କ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ କଳାହାଣ୍ଡି ଜିଲ୍ଲାପାଳ ଜିଲ୍ଲାର ସମସ୍ତ ପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ ସ୍କୁଲ ସମେତ ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର ଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଛାତ୍ରଛାତ୍ରୀଙ୍କ ପାଇଁ ଛୁଟି ଥିଲେ ମଧ୍ୟ ଶିକ୍ଷକ ଓ ଅନ୍ୟାନ୍ୟ କର୍ମଚାରୀମାନେ ନିୟମିତ ଭାବେ ସ୍କୁଲ ଆସି ସେମାନଙ୍କର ବକେୟା କାର୍ଯ୍ୟ ତୁଲାଇବେ ବୋଲି ଜିଲ୍ଲାପାଳଙ୍କ ନିର୍ଦ୍ଦେଶନାମାରେ ସ୍ପଷ୍ଟ କରାଯାଇଛି।”






