ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ବର୍ଷାରେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ଝରିଗାଁ ବିଧାୟକ

ବର୍ଷାରେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ଝରିଗାଁ ବିଧାୟକ – ସମୀକ୍ଷା ଖବର

ମନୋଜ ହଳଦର/ ନବରଙ୍ଗପୁର/ ସମୀକ୍ଷା ନ୍ୟୁଜ:

ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ୍ ଅନ୍ତର୍ଗତ ବଡ଼ଭୀମାଗୁଡ଼ା ଗ୍ରାମରେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଅନେକ ପରିବାର ପ୍ରଭାବିତ ହୋଇଛନ୍ତି। ବର୍ଷା ପ୍ରଭାବରେ କେତେକ ଘର ଭୁଶୁଡ଼ି ପଡ଼ିଥିବା ବେଳେ ଗ୍ରାମବାସୀ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଏଭଳି ସ୍ଥିତିରେ ଝରିଗାଁ ବିଧାୟକ ନରସିଂହ ଭତରା ବଡ଼ଭୀମାଗୁଡ଼ା ଗ୍ରାମ ଗସ୍ତ କରି ବର୍ଷାଜନିତ କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିଥିଲେ। ସେ ପ୍ରଭାବିତ ପରିବାରଙ୍କୁ ଭେଟି ସେମାନଙ୍କ ସମସ୍ୟା ବୁଝିବା ସହ ଆବଶ୍ୟକ ସହାୟତା ଯୋଗାଇଦେବା ନେଇ ଆଶ୍ୱାସନ ଦେଇଥିଲେ।

ବର୍ଷାରେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ଝରିଗାଁ ବିଧାୟକ – ସମୀକ୍ଷା


ସୁରେଶ କଲାର, ରୂପଧର ଭତରା ଓ ଘନ ଭତରାଙ୍କ ସମେତ ଅନ୍ୟ ପ୍ରଭାବିତ ଲୋକଙ୍କ ସହ ଆଲୋଚନା କରି ସେମାନଙ୍କ ସମସ୍ୟା ଶୁଣିଥିଲେ। କ୍ଷତିଗ୍ରସ୍ତ ପରିବାରମାନଙ୍କ କ୍ଷୟକ୍ଷତିର ତୁରନ୍ତ ଆକଳନ କରି ସରକାରୀ ନିୟମ ଅନୁଯାୟୀ ଆବଶ୍ୟକ ସହାୟତା ପ୍ରଦାନ କରିବାକୁ ସମ୍ପୃକ୍ତ ଅଧିକାରୀମାନଙ୍କୁ ବିଧାୟକ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ବିଧାୟକଙ୍କ ସହଯୋଗୀ ଓ ପ୍ରଶାସନିକ ଅଧିକାରୀମାନେ ମଧ୍ୟ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଥିଲେ। ତହସିଲ କାର୍ଯ୍ୟାଳୟର ଆରଆଇ ଶିବନାଥ ମଣ୍ଡଳ ମଧ୍ୟ ସ୍ଥିତି ପରିଦର୍ଶନ କରି କ୍ଷୟକ୍ଷତି ସମ୍ପର୍କରେ ଅନୁଧ୍ୟାନ କରିଥିବା ଜଣାପଡ଼ିଛି। ପ୍ରଭାବିତ ଲୋକଙ୍କୁ ଜରିପାଲ ଯୋଗାଇ ଦିଆଯାଇଥିବା ମଧ୍ୟ ଜଣାପଡ଼ିଛି। ବର୍ଷା ଯୋଗୁଁ ଘରବାଡ଼ି କ୍ଷତିଗ୍ରସ୍ତ ହୋଇଥିବା ପରିବାରଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇଦେବା ସହ କ୍ଷୟକ୍ଷତିର ଆକଳନ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ବର୍ଷା ଜାରି ରହିଥିବାରୁ ପ୍ରଭାବିତ ପରିବାରଙ୍କ ପାଇଁ ଖାଦ୍ୟ, ପାନୀୟ ଜଳ ଓ ଆବଶ୍ୟକ ରିଲିଫ୍ ବ୍ୟବସ୍ଥା କରିବାକୁ ମଧ୍ୟ ଦାବି ହୋଇଛି।

ବର୍ଷାରେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ଝରିଗାଁ ବିଧାୟକ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଜିଲ୍ଲା ପ୍ରଶାସନ ତରଫରୁ ବରିଷ୍ଠ ଅଧିକାରୀଙ୍କ ଜିଲ୍ଲା ର ବିଭିନ୍ନ ଶିକ୍ଷାନୁଷ୍ଠାନ ଆକସ୍ମିକ ପରିଦର୍ଶନ