ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ନର୍ଲା ବ୍ଲକରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର

ନର୍ଲା ବ୍ଲକରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର – ସମୀକ୍ଷା ଖବର
ନର୍ଲା ବ୍ଲକରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର – ସମୀକ୍ଷା


ସୁନୀଲ କୁମାର ବିଶି /ସମୀକ୍ଷା ନ୍ୟୁଜ/ଜିଲ୍ଲା ପ୍ରତିନିଧି/କଳାହାଣ୍ଡି:
ଭବାନୀପାଟଣା, ୨୮/୯: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ନର୍ଲା ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି। ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ତନ୍ମୟ କୁମାର ଦରୱାନ, ଡିଏଫ୍ଓ ଉତ୍ତର ପ୍ରଭାକର ବର୍ମା, ଡିଏଫ୍ଓ ଦକ୍ଷିଣ ଆର୍. କାଲାଇଭନନ୍, ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ଓ ନର୍ଲା ବିଡିଓ ବିପିନ ବିହାରୀ ଦୀପଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଯୋଗଦେଇ ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ।
ଶିବିରରେ ମୋଟ ୪୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରେ ୨୯ଟି ବ୍ୟକ୍ତିଗତ ଓ ୧୦ଟି ସାମୂହିକ ଅଭିଯୋଗ ରହିଥିଲା। ସେଥିମଧ୍ୟରୁ ୫ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ଏଥିସହ ୩ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଚିକିତ୍ସା ସହାୟତା ଏବଂ ୧୯ ଜଣଙ୍କୁ ନୂତନ ରାସନ କାର୍ଡ ପ୍ରଦାନ କରାଯାଇଥିଲା। ଅନ୍ୟ ଅଭିଯୋଗଗୁଡ଼ିକର ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ତ୍ୱରିତ ଓ ଗୁଣାତ୍ମକ ସମାଧାନ ପାଇଁ ସମ୍ପୃକ୍ତ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି।

ନର୍ଲା ବ୍ଲକରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ମଟର ସାଇକେଲ ଓ କାନ୍ଧରେ ବୁହା ହେଲେ ରୋଗୀ