ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ

ଗାଇସିଲେଟ :ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର

ଗାଇସିଲେଟ :ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର – ସମୀକ୍ଷା ଖବର
ଗାଇସିଲେଟ :ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର – ସମୀକ୍ଷା

ସାନନ୍ଦ ମହାପାତ୍ର / ସ୍ଵତନ୍ତ୍ର ପ୍ରତିନିଧି / ବରଗଡ / ସମୀକ୍ଷା ନିଯୁଜ୍

ଗାଇସିଲେଟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲଙ୍କ ବ୍ୟତୀତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ସରୋଜିନୀ ପ୍ରସନ୍ନ କୁଲୁ, ଉପଜିଲ୍ଲାପାଳ ଶ୍ରୀ ହେମସାଗର ଭୋଇ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ ପାଣ୍ଡବ ଶବର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲକ୍ଷ୍ମଣ ମାଝୀ ଏବଂ ବ୍ଲକ ଅଧ୍ୟକ୍ଷ ଶ୍ରୀ ପ୍ରଣୟ କୁମାର ସାହୁ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ସୂଚନାଯୋଗ୍ୟ କି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଆଧାରିତ ସମୁଦାୟ ୧୬୧ ଗୋଟି  ଅଭିଯୋଗ ମଧ୍ୟରୁ ୧୦୫ ଗୋଟି ବ୍ୟକ୍ତିଗତ ଏବଂ ୫୬ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଗାଇସିଲେଟ :ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ସୂଚନା ଓ ଲୋକସମ୍ପର୍କ ବିଭାଗ ଯୁଗ୍ମ ନିର୍ଦ୍ଦେଶିକାଙ୍କ ନୂଆପଡ଼ା ଗସ୍ତ