ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ସିନାପାଲିରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସିନାପାଲିରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର – ସମୀକ୍ଷା ଖବର


ତେଜୁରାମ ନାଏକ/ସ୍ୱତନ୍ତ୍ର ପ୍ରତିନିଧି / ନୂଆପଡା /ସମୀକ୍ଷା ନ୍ୟୁଜ:

୧୧୧ଟି ଅଭିଯୋଗର ଶୁଣାଣି, ରେଡକ୍ରସ ପାଣ୍ଠିରୁ ଦୁଇ ଜଣଙ୍କୁ ଆର୍ଥିକ ସହାୟତା
ନୂଆପଡ଼ା ଜିଲ୍ଲାର ସିନାପାଲି ବ୍ଲକ ସଭାଗୃହରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ସିନାପାଲି ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ଲୋକମାନଙ୍କ ଅଭିଯୋଗ ଶୁଣାଣି କରାଯାଇଥିଲା।
ଉକ୍ତ ଶିବିରରେ ମୋଟ ୧୧୧ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ଏଥିରେ ୮୬ଟି ବ୍ୟକ୍ତିଗତ ଓ ୨୫ଟି ଗୋଷ୍ଠୀଗତ ଅଭିଯୋଗ ରହିଥିଲା। ଜିଲ୍ଲାପାଳ ବିଭିନ୍ନ ଅଭିଯୋଗ ଶୁଣିବା ସହ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଅଭିଯୋଗଗୁଡ଼ିକର ନିୟମାନୁସାରେ ତ୍ୱରିତ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲ।

ସିନାପାଲିରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର – ସମୀକ୍ଷା


ଏହି ଅବସରରେ ରେଡକ୍ରସ ପାଣ୍ଠିରୁ ଭାନୁମତୀ ନାୟକଙ୍କୁ ୧୦ ହଜାର ଟଙ୍କା ଏବଂ ବେଣୁଧର ବୈଠାରୁଙ୍କୁ ୫ ହଜାର ଟଙ୍କାର ଆର୍ଥିକ ସହାୟତା ଚେକ୍ ପ୍ରଦାନ କରାଯାଇଥିଲା।ଏହି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରଞ୍ଜିତ ନାୟକ, ଡିଏଫ୍‌ଓ ଅଜିଜ୍‌ ଖାଁ, ଭାରପ୍ରାପ୍ତ ସିଡିଏମ୍‌ଓ ଡା. ଦ୍ୱାରିକାନାଥ ଶତପଥୀ, ଜିଲ୍ଲା ପରିଷଦ ସଭ୍ୟା ପୁଷ୍ପାଞ୍ଜଳି ଗୁଆଲ, ବ୍ଲକ ଉପାଧ୍ୟକ୍ଷା ମୀନା ଘିବେଲା, ବିଡିଓ କାର୍ମୀ ଓରାମ ଓ ଏସ୍‌ଡିପିଓ ଉପେନ୍ଦ୍ର ପ୍ରଧାନଙ୍କ ସମେତ ଜିଲ୍ଲା ଓ ବ୍ଲକସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ଡେପୁଟି ଜିଲ୍ଲାପାଳ ଶେଖ୍‌ ନସୀମ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଜିଲ୍ଲାର ବିଭିନ୍ନ ଲାଇନ୍‌ ବିଭାଗର ଅଧିକାରୀମାନେ ଶିବିରରେ ଉପସ୍ଥିତ ରହି ଅଭିଯୋଗଗୁଡ଼ିକ ସମ୍ପର୍କରେ ଆବଶ୍ୟକ ତଥ୍ୟ ପ୍ରଦାନ କରିବା ସହ ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରିଥିଲେ। ଏହି ଅବସରରେ ବହୁ ସଂଖ୍ୟା ରେ ଜନସାଧାରଣ ଓ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ।

ସିନାପାଲିରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ହରିଶଙ୍କର ମନ୍ଦିରରେ ପିଇବା ପାଣିର ଅଭାବ: ଅଭିଯୋଗ ଆଣିଛନ୍ତି ଖୋଦ୍‌ ଦୋକାନୀ ଓ ପର୍ଯ୍ୟଟକ