ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ମାଲକାନଗିରିରେ ୧୫୭ତମ ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ଜିଲ୍ଲାସ୍ତରୀୟ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ

ମାଲକାନଗିରିରେ ୧୫୭ତମ ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ଜିଲ୍ଲାସ୍ତରୀୟ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ – ସମୀକ୍ଷା ଖବର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି/ ମାଲକାନଗିରି / ସମୀକ୍ଷା ନିୟୁଜ:
୩୦/୦୯/୨୬
୧୫୭ତମ ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ମାଲକାନଗିରି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମାଲକାନଗିରି ପରିସରରେ ଏକ ଜିଲ୍ଲାସ୍ତରୀୟ ହାଇସ୍କୁଲ ପର୍ୟ୍ୟାୟ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।
ଏହି ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ମୋଟ ୫୦ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ନିଜ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ।ଏଥିରେ ବିଚାରକ ଭାବେ ଅଧ୍ୟାପକ କୃଷ୍ଣ ଚନ୍ଦ୍ର ସେଠୀ, ସରୋଜ ପଟ୍ଟନାୟକ ଏବଂ ଅବସରପ୍ରାପ୍ତ ଶିକ୍ଷକ ଶିବ ପ୍ରସାଦ କୀର୍ତ୍ତନୀୟା ଯୋଗଦେଇ କୃତୀ ପ୍ରତିଯୋଗୀମାନଙ୍କର ମୂଲ୍ୟାୟନ କରିଥିଲେ। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରୋଜେକ୍ସନିଷ୍ଟ ରଞ୍ଜନ ମହାନ୍ତି ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମକୁ ସୁଚାରୁରୂପେ ସଂଚାଳନ ଓ ସଂଯୋଜନା କରିଥିଲେ।ଆସନ୍ତା ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀ ଅବସରରେ ଡିପିଇପି କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟ ଜିଲ୍ଲାସ୍ତରୀୟ ସମାରୋହରେ ଏହି ପ୍ରତିଯୋଗିତାର ସମସ୍ତ କୃତୀ ପ୍ରତିଯୋଗୀମାନଙ୍କୁ ଆନୁଷ୍ଠାନିକ ଭାବେ ପୁରସ୍କୃତ ଓ ସମ୍ବର୍ଦ୍ଧିତ କରାଯିବ।

ମାଲକାନଗିରିରେ ୧୫୭ତମ ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ଜିଲ୍ଲାସ୍ତରୀୟ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା କରି ଜଙ୍ଗଲରେ ପୋଡ଼ିଦେଲେ , ୧୨ ଜଣ ଗିରଫ , ପୁଲିସର ତଦନ୍ତ ଜାରୀ