ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ବରଗଡ଼ରେ ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା ୨୦୨୬-୨୭’ର ଶୁଭାରମ୍ଭ: ପ୍ରଥମ ପର୍ଯ୍ୟାୟରେ ମୋଟ ୭୦୦ ଜଣ ବରିଷ୍ଠ ନାଗରିକ କଲେ ଯାତ୍ରା

ବରଗଡ଼ରେ ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା ୨୦୨୬-୨୭’ର ଶୁଭାରମ୍ଭ: ପ୍ରଥମ ପର୍ଯ୍ୟାୟରେ ମୋଟ ୭୦୦ ଜଣ ବରିଷ୍ଠ ନାଗରିକ କଲେ ଯାତ୍ରା – ସମୀକ୍ଷା ଖବର

ସାନନ୍ଦ ମହାପାତ୍ର/ ସ୍ଵତନ୍ତ୍ର ପ୍ରତିନିଧ/ ବରଗଡ / ସମୀକ୍ଷା ନ୍ୟୁଜ:

ବରଗଡ଼, ୪ ଅକ୍ଟୋବର:

ବରଗଡ଼ ଜିଲ୍ଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗର ମିଳିତ ଆନୁକୂଲ୍ୟରେ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ଅନ୍ତର୍ଗତ ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଆନୁଷ୍ଠାନିକ ଶୁଭାରମ୍ଭ ହୋଇଯାଇଛି। ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ୍‌ହଲ୍ ପରିସରରେ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଯୋଜନା ଅଧୀନରେ ପ୍ରଥମ ପର୍ଯ୍ୟାୟରେ ଜିଲ୍ଲାର ୭୦୦ ଜଣ ବରିଷ୍ଠ ନାଗରିକ ପୁରୀ ଅଭିମୁଖେ ଯାତ୍ରା କଲେ। ଏହି ଅବସରରେ ବରଗଡ ସାଂସଦ ପ୍ରଦୀପ ପୁରୋହିତ ପ୍ରଦୀପ ପ୍ରଜ୍ଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ଶ୍ରୀଜଗନ୍ନାଥଙ୍କ ନିକଟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହାପରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥିଙ୍କ ସହ ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର ମହାପାତ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନତ ପାଢ଼ୀ, ଜିଲ୍ଲା ସମାଜ ସୁରକ୍ଷା ଅଧିକାରୀ ଅମ୍ବୁଜାକ୍ଷର ପ୍ରଧାନ ଉପସ୍ଥିତ ରହି ତୀର୍ଥ ଯାତ୍ରୀ ମାନଙ୍କୁ ସମ୍ବୋଧିତ କରିଥିଲେ। ଏହି ଯୋଜନା ଅଧୀନରେ ସମସ୍ତ ଯାତ୍ରୀଙ୍କୁ ତୀର୍ଥ ଯାତ୍ରୀ କିଟ୍ ପ୍ରଦାନ କରାଯାଇଥିଲା ଯେଉଁଥିରେ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମାନ ରହିଅଛି।ଏହାପରେ ବିଜୁ ପଟ୍ଟନାୟକ ଟାଉନ୍‌ହଲ୍ ସମ୍ମୁଖରୁ ବରିଷ୍ଠ ନାଗରିକମାନଙ୍କୁ ନେଇ ପୁରୀ ଶ୍ରୀକ୍ଷେତ୍ର ଅଭିମୁଖେ ବାହାରିଥିବା ତୀର୍ଥଯାତ୍ରୀ ବସ୍‌କୁ ଅତିଥିବୃନ୍ଦ ପତାକା ଦେଖାଇ (Flag-off) ଶୁଭାରମ୍ଭ କରିଥିଲେ।

ବରଗଡ଼ରେ ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା ୨୦୨୬-୨୭’ର ଶୁଭାରମ୍ଭ: ପ୍ରଥମ ପର୍ଯ୍ୟାୟରେ ମୋଟ ୭୦୦ ଜଣ ବରିଷ୍ଠ ନାଗରିକ କଲେ ଯାତ୍ରା – ସମୀକ୍ଷା

ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପର୍ଯ୍ୟଟନ ବିଭାଗ ସହ ଜିଲ୍ଲା ସଂସ୍କୃତି ବିଭାଗରେ କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ। ବରିଷ୍ଠ ନାଗରିକମାନଙ୍କୁ ସୁରକ୍ଷିତ ଓ ସୁବିଧାରେ ଶ୍ରୀକ୍ଷେତ୍ର ଦର୍ଶନ କରାଇବା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନର ଏହି ମହତ୍ ପଦକ୍ଷେପକୁ ଉପସ୍ଥିତ ସମସ୍ତ ବରିଷ୍ଠ ନାଗରିକ ଓ ଅଞ୍ଚଳବାସୀ ସାଧୁବାଦ ଜଣାଇଛନ୍ତି।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ