ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ଖୋର୍ଦ୍ଧା କେନ୍ଦୁଝର କନ୍ଧମାଳ ପୁରୀ

ଲମତାପୁଟରେ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି ଓ ଚେକ୍ ବଣ୍ଟନ

ଲମତାପୁଟରେ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି ଓ ଚେକ୍ ବଣ୍ଟନ – ସମୀକ୍ଷା ଖବର

ବସନ୍ତ ପେଗଡ଼/ବରିଷ୍ଠ ସାମ୍ବାଦିକ /କୋରାପୁଟ/ସମୀକ୍ଷା ନ୍ୟୁଜ:
କୋରାପୁଟ:-05/10/26–: କୋରାପୁଟ ଜିଲ୍ଲାର ଲମତାପୁଟ ପଞ୍ଚାୟତ ସମିତି ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ମୋଟ 82ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ 24ଟି ବ୍ୟକ୍ତିଗତ ଏବଂ 58ଟି ଗୋଷ୍ଠୀଗତ ଅଭିଯୋଗ ରହିଥିଲା। ତନ୍ମଧ୍ୟରୁ 19ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା। ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ମନୋଜ ସତ୍ୟୱାନ ମହାଜନ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିବା ସହ ସେଗୁଡ଼ିକର ତ୍ୱରିତ ସମାଧାନ ଉପରେ ଗୁରୁତ୍ୱାରୋପ କରିଥିଲେ।

ଲମତାପୁଟରେ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି ଓ ଚେକ୍ ବଣ୍ଟନ – ସମୀକ୍ଷା

ଶୁଣାଣିରେ, ଉପଜିଲ୍ଲାପାଳ, କୋରାପୁଟ ଫାବି ରଶିଦ, ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, କୋରାପୁଟ ବେଣୁଧର ସବରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ।
ଏହି ଅବସରରେ ଜିଲ୍ଲାପାଳଙ୍କ ଦ୍ୱାରା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର ମହିଳା ସଦସ୍ୟମାନଙ୍କୁ ଆର୍ଥିକ ସଶକ୍ତିକରଣ ପାଇଁ ଚେକ୍ ବଣ୍ଟନ କରାଯାଇଥିଲା। ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ସମାଧାନ ସହ ସରକାରୀ ଯୋଜନାର ସୁଫଳ ଲୋକଙ୍କ ନିକଟରେ ପହଞ୍ଚାଇବା ଉପରେ ପ୍ରଶାସନ ପକ୍ଷରୁ ଗୁରୁତ୍ୱ ଦିଆଯାଇଥିଲା।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଖୋରଧା: ୩୦ ବର୍ଷର ବସତି, ଏବେ ବି ଅଧିକାର ଅପେକ୍ଷାରେ ଭୂମିହୀନ ପରିବାର