ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ସାଲେପୁରରେ ଅନୁଷ୍ଠିତ

ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ସାଲେପୁରରେ ଅନୁଷ୍ଠିତ – ସମୀକ୍ଷା ଖବର

ହେମନ୍ତ ନନ୍ଦ/ସାଲେପୁର ରିପୋର୍ଟର /ସମୀକ୍ଷା ନ୍ୟୁଜ:
କଟକ, ତା୦୫.୧୦.୨୦୨୬ ରିଖ –ସାଲେପୁର ବ୍ଲକ କାର୍ଯ୍ୟାଳୟଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ଟି ଅଭିଯୋଗ ହସ୍ତଗତ ୧୦୬ ହୋଇଥିବାବେଳେ ତନ୍ମଧ୍ୟରେ ୮୮ ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୮ ଟି ସାମୁହିକ ଅଭିଯୋଗ ରହିଥିଲା । ଅଭିଯୋଗ ଶୁଣାଣି ଶିବିରରେ ୨୮ ଟି ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଏହି ଅଭିଯୋଗ ଶୁଣାଣି ସ୍ଥଳରେ , ଆରକ୍ଷୀ ଅଧିକ୍ଷକ ଶ୍ରୀ ବିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କମଲଜିତ ଦାସ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଶ୍ରୀ ପ୍ରଶାନ୍ତ କୁମାର ନାୟକ, ଉପଜିଲ୍ଲାପାଳ କଟକ ସଦର ଶ୍ରୀ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ସାଲେପୁରରେ ଅନୁଷ୍ଠିତ – ସମୀକ୍ଷା

ଏଥିସହ କୃଷି, ଶିକ୍ଷା, ବିଦ୍ୟୁତ, ପାନୀୟ ଜଳ, ଭିନ୍ନକ୍ଷମ ଏବଂ ଅନ୍ୟାନ୍ୟ ଭତ୍ତା ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଠାରେ ସୂଚନାଯୋଗ୍ୟ, ଆସନ୍ତା ୧୨ତାରିଖରେ ବାରଙ୍ଗ ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ସାଂସ୍କୃତିକ ରାଜଧାନୀ କଟକରେ ଆରମ୍ଭ ହେଲା “କଟକ ନାଟ୍ୟୋତ୍ସବ–୨୦୨୬”