ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ମାଲକାନଗିରିରେ ୧୭ ଯୁବକ-ଯୁବତୀଙ୍କୁ ନିଯୁକ୍ତିପତ୍ର ବଣ୍ଟନ

ମାଲକାନଗିରିରେ ୧୭ ଯୁବକ-ଯୁବତୀଙ୍କୁ ନିଯୁକ୍ତିପତ୍ର ବଣ୍ଟନ – ସମୀକ୍ଷା ଖବର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:
୦୬/୧୦/୨୬
ମାଲକାନଗିରି ଜିଲ୍ଲାର ଯୁବକ-ଯୁବତୀମାନଙ୍କୁ ଦକ୍ଷତା ବିକାଶ ସହ ନିଯୁକ୍ତିର ସୁଯୋଗ ପ୍ରଦାନ ଲକ୍ଷ୍ୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନଙ୍କ ପ୍ରକୋଷ୍ଠରେ ଏକ ନିଯୁକ୍ତିପତ୍ର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଧାନ ୧୭ ଜଣ ଯୁବକ-ଯୁବତୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ ଯେ, ଏହି ଯୁବକ-ଯୁବତୀମାନେ ମାଲକାନଗିରିସ୍ଥିତ ଡାଟାପ୍ରୋ ଟ୍ରେନିଂ ସେଣ୍ଟରରୁ ସଫଳତାର ସହ ଦକ୍ଷତା ବିକାଶ ପ୍ରଶିକ୍ଷଣ ଗ୍ରହଣ କରିଥିଲେ। ପ୍ରଶିକ୍ଷଣ ସମାପ୍ତ ପରେ ସେମାନଙ୍କୁ ଚେନ୍ନାଇସ୍ଥିତ ସରବଣା ଷ୍ଟୋର୍ସ ସୁପର ଷ୍ଟୋରରେ ରିଟେଲ ସେଲ୍ସ ଏକ୍ସିକ୍ୟୁଟିଭ୍ ଆସିଷ୍ଟାଣ୍ଟ ଭାବେ ନିଯୁକ୍ତି ମିଳିଛି।

ମାଲକାନଗିରିରେ ୧୭ ଯୁବକ-ଯୁବତୀଙ୍କୁ ନିଯୁକ୍ତିପତ୍ର ବଣ୍ଟନ – ସମୀକ୍ଷା


ନବନିଯୁକ୍ତ ଯୁବକ-ଯୁବତୀମାନଙ୍କୁ ଅଭିନନ୍ଦନ ଜଣାଇ ଅତିରିକ୍ତ ଜିଲ୍ଲାପାଳ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ଜିଲ୍ଲାର ଯୁବପିଢ଼ିଙ୍କୁ ଦକ୍ଷତା ପ୍ରଶିକ୍ଷଣ ମାଧ୍ୟମରେ ସ୍ୱାବଲମ୍ବୀ ଓ ନିଯୁକ୍ତିଯୁକ୍ତ କରିବା ପାଇଁ ଏହିପରି ପ୍ରୟାସ ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ସେ ପ୍ରକାଶ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଦକ୍ଷତା ବିକାଶ ତଥା ନିୟୋଜନ ଅଧିକାରୀ ଗୁପ୍ତ ମାଢି, କନିଷ୍ଠ ନିୟୋଜନ ଅଧିକାରୀ ରାଜେଶ କୁମାର ନାୟକଙ୍କ ସମେତ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟର ଅନ୍ୟାନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଛତୁ ଚାଷରୁ କୋଟିପତି !