ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ବଲାଙ୍ଗୀର ମାଲକାନଗିରି ନୂଆପଡ଼ା ଗଞ୍ଜାମ

କେନ୍ଦ୍ରାପଡ଼ା ଗଜଲକ୍ଷ୍ମୀ ପୂଜା–୨୦୨୬ ପାଇଁ ପ୍ରାକ୍ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା ଗଜଲକ୍ଷ୍ମୀ ପୂଜା–୨୦୨୬ ପାଇଁ ପ୍ରାକ୍ ପ୍ରସ୍ତୁତି ବୈଠକ – ସମୀକ୍ଷା ଖବର

ନମିତା ନାୟକ/ ଜିଲ୍ଲା ପ୍ରତିନିଧି/ସମୀକ୍ଷା ନ୍ୟୁଜ/ କେନ୍ଦ୍ରାପଡ଼ା:

କେନ୍ଦ୍ରାପଡ଼ା, ୦୫ ଅକ୍ଟୋବର:
ଆସନ୍ତା ଗଜଲକ୍ଷ୍ମୀ ପୂଜା–୨୦୨୬କୁ ଶୃଙ୍ଖଳିତ, ସୁରକ୍ଷିତ ଓ ଶାନ୍ତିପୂର୍ଣ୍ଣ ଭାବେ ପାଳନ ନିମନ୍ତେ ଆଜି ସନ୍ଧ୍ୟା ୫ଟା ସମୟରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ପ୍ରାକ୍ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ରଘୁରାମ ଆର. ଆୟରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଗଜଲକ୍ଷ୍ମୀ ପୂଜା ପାଇଁ ସମନ୍ୱୟ କମିଟି ଗଠନ, ପୂଜା କମିଟିଗୁଡ଼ିକୁ ଅନୁମତି ପତ୍ର ପ୍ରଦାନ, ଆଇନଶୃଙ୍ଖଳା, ସୂଚନା କେନ୍ଦ୍ର, ରାସ୍ତାଘାଟ ମରାମତି, ସ୍ୱାସ୍ଥ୍ୟସେବା, ପରିମଳ, ଆଲୋକ ଓ ଜଳ ଯୋଗାଣ, ଅଗ୍ନି ନିରାପତ୍ତା, ଟ୍ରାଫିକ ନିୟନ୍ତ୍ରଣ, ପାର୍କିଂ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ, ବେଆଇନ ଚାନ୍ଦା ଆଦାୟ ରୋକିବା ଏବଂ ନିଶା ନିବାରଣ ଆଦି ବିଷୟରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଚଳିତ ବର୍ଷ କେନ୍ଦ୍ରାପଡ଼ାର ଗଜଲକ୍ଷ୍ମୀ ପୂଜା ୧୦୦ ବର୍ଷ ପୂରଣ କରୁଥିବାରୁ ଏହି ଶତବାର୍ଷିକୀକୁ ଗୁରୁତ୍ୱର ସହ ପାଳନ କରିବା ନିମନ୍ତେ ବିଶେଷ ପ୍ରସ୍ତୁତି ଉପରେ ଆଲୋଚନା ହୋଇଥିଲା। ଶତବାର୍ଷିକୀ ଉପଲକ୍ଷେ ୧୦୦ ବର୍ଷ ପୂର୍ତ୍ତିର ତୋରଣ ସ୍ଥାପନ ସହିତ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ଆମ୍ବୁଲାନ୍ସ କରିଡର ନିଶ୍ଚିତ କରିବା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଥିଲା।

କେନ୍ଦ୍ରାପଡ଼ା ଗଜଲକ୍ଷ୍ମୀ ପୂଜା–୨୦୨୬ ପାଇଁ ପ୍ରାକ୍ ପ୍ରସ୍ତୁତି ବୈଠକ – ସମୀକ୍ଷା


ପୂଜା ସମୟରେ ଭିଡ଼ ନିୟନ୍ତ୍ରଣ, ଯାତାୟାତ ବ୍ୟବସ୍ଥାକୁ ସୁଗମ କରିବା, ଜରୁରୀକାଳୀନ ସେବା ପାଇଁ ରାସ୍ତା ସୁଗମ ରଖିବା ଏବଂ ଶ୍ରଦ୍ଧାଳୁଙ୍କ ସୁରକ୍ଷା ନିମନ୍ତେ ସମସ୍ତ ବିଭାଗ ପରସ୍ପର ସମନ୍ୱୟରେ କାର୍ଯ୍ୟ କରିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା।
ବୈଠକରେ ମାନ୍ୟବର କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା, ଜିଲ୍ଲା ପରିଷଦ ସଭାପତି ଲିଲିତା ଦାସ, କେନ୍ଦ୍ରାପଡ଼ା ପୌରପାଳିକା ଅଧ୍ୟକ୍ଷା ସରିତା ସାହୁ, ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କାଟାରିଆ, ମାନ୍ୟବର ସାଂସଦଙ୍କ ପ୍ରତିନିଧି କିଶୋର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ନବକ୍ରିଷ୍ଣ ଜେନା, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି ଏବଂ ଉପଜିଲ୍ଲାପାଳ ଅରୁଣ କୁମାର ନାୟକଙ୍କ ସମେତ ବିଭିନ୍ନ ପୂଜା କମିଟିର କର୍ମକର୍ତ୍ତା ଓ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
PM Narendra Modi participates in Vijayadashami celebrations at Indraprastha Ramleela Ground. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓPM Narendra Modi participates in Vijayadashami celebrations at Indraprastha Ramleela Ground.YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବରଗଡ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର