ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ପାଟଣାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ କେନ୍ଦୁଝର ବନଖଣ୍ଡ ଅଧିକାରୀ

ପାଟଣାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ କେନ୍ଦୁଝର ବନଖଣ୍ଡ ଅଧିକାରୀ – ସମୀକ୍ଷା ଖବର


ବିଜୟ ରତ୍ନ ପତି/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନିୟୁଜ୍/କେନ୍ଦୁଝର:

ପାଟଣା:୭/୧୦,କେନ୍ଦୁଝର ବନଖଣ୍ଡ ଅଧିକାରୀ ଧନରାଜ ଏଚ ଡି ପାଟଣା ବନାଞ୍ଚଳ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ତଥା ବିଭାଗୀୟ କାର୍ଯ୍ୟକ୍ରମର କ୍ଷେତ୍ର ପରିଦର୍ଶନ ସହ ସମୀକ୍ଷା କରିଛନ୍ତି।ଏହି ପରିଦର୍ଶନ ସମୟରେ ବନଖଣ୍ଡ ଅଧିକାରୀ କ୍ଷେତ୍ରସ୍ତରରେ ଚାଲିଥିବା ଉନ୍ନୟନମୂଳକ ପ୍ରକଳ୍ପ, ବନ ସଂରକ୍ଷଣ, କାଠ ଗଣ୍ଡି ସଂଗ୍ରହ ଓ ପରିଚାଳନା କାର୍ଯ୍ୟର ତଦାରଖ କରିଥିଲେ। ଏଥିସହ ସମସ୍ତ ବିଭାଗୀୟ କାର୍ଯ୍ୟକୁ ଧାର୍ଯ୍ୟ ସମୟ ସୀମା ମଧ୍ୟରେ ସ୍ୱଚ୍ଛତା ଓ ନିଷ୍ଠାର ସହ ସମ୍ପାଦନ କରିବାକୁ ଉପସ୍ଥିତ କର୍ମଚାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଏହି ସମୀକ୍ଷା ବେଳେ ବନାଞ୍ଚଳ ଅଧିକାରୀ ଆର୍ତ୍ତତ୍ରାଣ ମିର୍ଦ୍ଧା,ପାଟଣା ବିଡ଼ିଓ ମାନସ କୁମାର ଦଣ୍ଡପାଟ, ତହସିଲଦାର ଅଶ୍ୱିନୀ କୁମାର ନାଏକ,ସହକାରୀ ନିର୍ବାହୀ ଯନ୍ତ୍ରୀ ସୁସ୍ମିତା ବେହେରା,ବନପାଳ ନିରଞ୍ଜନ ସେଠୀ,ଚିତ୍ତରଞ୍ଜନ ପରିଡ଼ା, କନିଷ୍ଠ ଯନ୍ତ୍ରୀ ଅଜୟ କୁମାର ଝା,ରାଜସ୍ବ ନିରୀକ୍ଷକ ନରେଶ କୁମାର ମହାନ୍ତ,ବନରକ୍ଷୀ ଓ ଅନ୍ୟାନ୍ୟ କ୍ଷେତ୍ର କର୍ମଚାରୀମାନେ ଉପସ୍ଥିତ ରହି ବିଭିନ୍ନ କାର୍ଯ୍ୟ ସମ୍ପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ।

ପାଟଣାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ କେନ୍ଦୁଝର ବନଖଣ୍ଡ ଅଧିକାରୀ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଭିଏଚ୍‌ପି ପାଇଁ ଅବଦାନ: ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ