ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ମୁରିବାହାଲ ମହାବିଦ୍ୟାଳୟରେ ସେବା ପକ୍ଷ ଓ ସେବା ଶପଥ ଗ୍ରହଣ, ଶତାଧିକ ଛାତ୍ରଛାତ୍ରୀଙ୍କ ଯୋଗଦାନ

ମୁରିବାହାଲ ମହାବିଦ୍ୟାଳୟରେ ସେବା ପକ୍ଷ ଓ ସେବା ଶପଥ ଗ୍ରହଣ, ଶତାଧିକ ଛାତ୍ରଛାତ୍ରୀଙ୍କ ଯୋଗଦାନ – ସମୀକ୍ଷା ଖବର

ଭଗବାନ ମହାନ୍ତି/ ବରିଷ୍ଠ ସାମ୍ବାଦିକ/ ମୁରିବାହାଲ/ ସମୀକ୍ଷା ନ୍ୟୁଜ:
ମୁରିବାହାଲ, ତା ୭/୧୦/୨୬ ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟଠାରେ ଅଧ୍ୟକ୍ଷ ସରୋଜ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ବୁଧବାର ସେବା ପକ୍ଷ ଅଭିଯାନ ପାଳନ ସହ ସେବା ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରାୟ ଶତାଧିକ ଛାତ୍ରଛାତ୍ରୀ ଯୋଗଦେଇ ସେବା ଓ ସାମାଜିକ ଦାୟିତ୍ୱ ପ୍ରତି ନିଜର ପ୍ରତିବଦ୍ଧତା ପ୍ରକାଶ କରିଥିଲେ। ମଞ୍ଚାସୀନ ଅତିଥି ଭାବେ ଯୁବ ରେଡକ୍ରସ କାଉନସେଲର ତଥା ଓଡ଼ିଆ ଅଧ୍ୟାପକ ଘନଶ୍ୟାମ ଖମାରୀ, ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ତଥା ରାଜନୀତି ବିଜ୍ଞାନ ଅଧ୍ୟାପକ ଛନ୍ଦାଚରଣ ଖୁଣ୍ଟିଆ, ଅର୍ଥନୀତି ଅଧ୍ୟାପକ ପ୍ରେମଚାନ୍ଦ ତାଣ୍ଡି ଏବଂ ଶିକ୍ଷା ବିଭାଗ ଅଧ୍ୟାପକ ଭିଙ୍ଗରାଜ ରଣା ଉପସ୍ଥିତ ଥିଲେ। ଏହି ଅବସରରେ ଛାତ୍ରଛାତ୍ରୀମାନେ ସେବା ଶପଥ ଗ୍ରହଣ କରି ସମାଜ, ଦେଶ ଓ ପରିବେଶ ପ୍ରତି ନିଜର କର୍ତ୍ତବ୍ୟନିଷ୍ଠ ରହିବାକୁ ସଂକଳ୍ପ ନେଇଥିଲେ। ଅଧ୍ୟାପକମାନେ ସେବା, ଶୃଙ୍ଖଳା, ସ୍ୱଚ୍ଛତା ଓ ସାମାଜିକ ଦାୟିତ୍ୱର ମହତ୍ତ୍ୱ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ଅବଗତ କରାଇଥିଲେ।

ମୁରିବାହାଲ ମହାବିଦ୍ୟାଳୟରେ ସେବା ପକ୍ଷ ଓ ସେବା ଶପଥ ଗ୍ରହଣ, ଶତାଧିକ ଛାତ୍ରଛାତ୍ରୀଙ୍କ ଯୋଗଦାନ – ସମୀକ୍ଷା

ଏହା ପୂର୍ବରୁ ଅକ୍ଟୋବର ୨ ତାରିଖରେ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଓ ସେବାମୂଳକ କାର୍ଯ୍ୟକ୍ରମ ଅନ୍ତର୍ଗତ କ୍ୟାମ୍ପସ ସଫେଇ କାର୍ଯ୍ୟ ମଧ୍ୟ ଅନୁଷ୍ଠିତ ହୋଇଥିଲା। ଛାତ୍ରଛାତ୍ରୀମାନେ ସ୍ୱେଚ୍ଛାକୃତ ଭାବେ ଏଥିରେ ଅଂଶଗ୍ରହଣ କରି ମହାବିଦ୍ୟାଳୟ ପରିସରକୁ ସ୍ୱଚ୍ଛ ଓ ସୁନ୍ଦର ରଖିବା ପାଇଁ ଉଦ୍ୟମ କରିଥିଲେ।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଏବିଭିପି ପୋଷ୍ଟର ଚିରାକୁ ନେଇ ଭବାନୀପାଟଣାରେ ଉତ୍ତେଜନା: ବିଜେଡି କାଉନସିଲରଙ୍କ ଭୂମିକା ନେଇ ଅଭିଯୋଗ