ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ମାଟାପାକା ପଞ୍ଚାୟତରେ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ: ସମୁଦାୟ ୨୫ଟି ଅଭିଯୋଗ ପତ୍ର ଗୃହୀତ

ମାଟାପାକା ପଞ୍ଚାୟତରେ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ: ସମୁଦାୟ ୨୫ଟି ଅଭିଯୋଗ ପତ୍ର ଗୃହୀତ – ସମୀକ୍ଷା ଖବର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, ୧୮/୦୮/୨୬: ମାଲକାନଗିରି ବ୍ଲକ ଅନ୍ତର୍ଗତ ମାଟାପାକା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି ଓ ଅଭିଯୋଗ ଶୁଣାଣି ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜସିର୍କେ, ଆରକ୍ଷୀ ଅଧୀକ୍ଷକ ବିନୋଦ ପାଟିଲ ଏଚ୍., ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦାଶରଥି ସରାବୁ ଏବଂ ଉପ-ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କ ସମସ୍ୟା ଓ ଅଭିଯୋଗଗୁଡ଼ିକର ପ୍ରତ୍ୟକ୍ଷ ସମୀକ୍ଷା କରିଛନ୍ତି। ଏହି ସମ୍ପୂର୍ଣ୍ଣ ଅଭିଯୋଗ ପ୍ରକ୍ରିୟାକୁ ସହକାରୀ ଜିଲ୍ଲାପାଳ ପ୍ରୀତମ ଦେବତା ସୁଚାରୁରୂପେ ସଂଯୋଜନା ଓ ପରିଚାଳନା କରିଥିଲେ।

ଅନୁଷ୍ଠିତ ଏହି ଶିବିରରେ ଗ୍ରାମବାସୀଙ୍କ ପକ୍ଷରୁ ସମୁଦାୟ ୨୫ଟି ଅଭିଯୋଗ ପତ୍ର ପଞ୍ଜୀକୃତ ହୋଇଥିଲା। ଏଥିମଧ୍ୟରୁ ୫ଟି ବ୍ୟକ୍ତିଗତ ସମସ୍ୟା ସମ୍ପର୍କିତ ହୋଇଥିବା ବେଳେ ୨୦ଟି ସାମୂହିକ ବା ଗ୍ରାମ୍ୟ ସମସ୍ୟା ଭିତ୍ତିକ ଅଭିଯୋଗ ଥିଲା। ଏହି ଶିବିରରେ ପ୍ରଶାସନ ପକ୍ଷରୁ ସମସ୍ତ ଅଭିଯୋଗକୁ ଗମ୍ଭୀରତାର ସହ ଗ୍ରହଣ କରାଯାଇଛି। ଜିଲ୍ଲାପାଳ ଏବଂ ଉପସ୍ଥିତ ବରିଷ୍ଠ ଅଧିକାରୀମାନେ ପ୍ରତ୍ୟେକ ଅଭିଯୋଗର ତଦନ୍ତ କରି ସମସ୍ତ ୨୫ଟି ଯାକ ସମସ୍ୟାକୁ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଯଥାଶୀଘ୍ର ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।
ପ୍ରଶାସନକୁ ସାଧାରଣ ଲୋକଙ୍କ ନିକଟତର କରିବା ଏବଂ ତୃଣମୂଳ ସ୍ତରରେ ସରକାରୀ ଯୋଜନାର ସଫଳ ରୂପାୟନ ପାଇଁ ଏଭଳି ପଞ୍ଚାୟତ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଶିବିର ବେଶ୍ ସହାୟକ ହେଉଛି। ଏହି କାର୍ଯ୍ୟକ୍ରମରେ ପଞ୍ଚାୟତ ସମିତିର ଅଧିକାରୀ, ସ୍ଥାନୀୟ ଜନପ୍ରତିନିଧି ଏବଂ ବିଭିନ୍ନ ବିଭାଗର ଲାଇନ ଡିପାର୍ଟମେଣ୍ଟ ଅଧିକାରୀମାନେ ଉପସ୍ଥିତ ଥିଲେ।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଆସ୍କା ସିଦ୍ଦେଶ୍ଵର ମନ୍ଦିରରେ ଶିବ ଭକ୍ତଙ୍କ ଅକାଳ ମୃତ୍ୟୁ