ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ

ଗୁଞ୍ଚିତରାରେ କ୍ଲଷ୍ଟରସ୍ତରୀୟ ସୁରଭି-୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ, ପ୍ରତିଭା ଦେଖେଳେ ଛାତ୍ରଛାତ୍ରୀ

ଗୁଞ୍ଚିତରାରେ କ୍ଲଷ୍ଟରସ୍ତରୀୟ ସୁରଭି-୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ, ପ୍ରତିଭା ଦେଖେଳେ ଛାତ୍ରଛାତ୍ରୀ – ସମୀକ୍ଷା ଖବର

ଭଗବାନ ମହାନ୍ତି/ ବରିଷ୍ଠ ସାମ୍ବାଦିକ/ ମୁରିବାହାଲ/ ସମୀକ୍ଷା ନ୍ୟୁଜ:
ମୁରିବାହାଲ, ୯/୧୦/୨୬ ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ତେନ୍ତୁଳୀଖୁଣ୍ଟି ପଞ୍ଚାୟତ ଅନ୍ତର୍ଗତ ଗୁଞ୍ଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶୁକ୍ରବାର କ୍ଲଷ୍ଟରସ୍ତରୀୟ ସୁରଭି-୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶିରୋଲ କ୍ଲଷ୍ଟର ସିଆରସିସି ସୁଧୀର କୁମାର ନାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ସ୍ଥାନୀୟ ସରପଞ୍ଚ ମୋତିମାଳା ବେହେରା, ମୁଖ୍ୟ ବକ୍ତା ଭାବେ ଦେବଙ୍ଗ ଇନ୍ଦିରାଗାନ୍ଧୀ ହାଇସ୍କୁଲ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ରାମରତନ ମେହେର, ସମ୍ମାନିତ ଅତିଥି ଭାବେ ଗୁଞ୍ଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରଦ୍ଧାଞ୍ଜଳି ମହାନ୍ତି, ତେନ୍ତୁଳୀଖୁଣ୍ଟି ନୋଡାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ ସତ୍ୟ କୁମ୍ଭାର, ବେଲପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ରମଣୀ ସାହାଣୀ, ଲେଞ୍ଝା ଉଚ୍ଚ ପ୍ରାଥମିକ ପ୍ରଧାନ ଶିକ୍ଷକ ନକୁଳ ଦୀପ, ପରିଚାଳନା କମିଟି ଅଧ୍ୟକ୍ଷା ଦମୟନ୍ତୀ ଛୁରା ପ୍ରମୁଖ ମଞ୍ଚାସୀନ ଥିଲେ। ଅତିଥିବୃନ୍ଦ ଛାତ୍ରଛାତ୍ରୀମାନଙ୍କ ଶୈକ୍ଷିକ, ସୃଜନଶୀଳ, ଅନ୍ତର୍ନିହିତ ଶକ୍ତି ତଥା ସାମଗ୍ରିକ ବିକାଶ ଦିଗରେ ମୂଲ୍ୟବାନ ଓ ପ୍ରେରଣାଦାୟକ ଅଭିଭାଷଣ ପ୍ରଦାନ କରିଥିଲେ।

ଏହି କ୍ଲଷ୍ଟର ଅନ୍ତର୍ଗତ ୧୫ଟି ସ୍କୁଲରୁ ଛାତ୍ରଛାତ୍ରୀ ଓ ଶିକ୍ଷକ-ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ। ଏହି ଅବସରରେ ବିତର୍କ, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, କୁଇଜ୍, ସୃଜନଶୀଳ ଲିଖନ, ବକ୍ତୃତା, ସଙ୍ଗୀତ, ଓଡ଼ିଆ ହସ୍ତାକ୍ଷର ଓ ଶ୍ରୁତଲିଖନ, ପି.ଏମ୍ ପୋଷଣ ଚିତ୍ରକଳା, ଗଳ୍ପକଥନ, ଗଣିତ ଦୌଡ଼, ଗଣିତ କୁଇଜ୍ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ଗୁଞ୍ଚିତରାରେ କ୍ଲଷ୍ଟରସ୍ତରୀୟ ସୁରଭି-୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ, ପ୍ରତିଭା ଦେଖେଳେ ଛାତ୍ରଛାତ୍ରୀ – ସମୀକ୍ଷା

କୃତୀ ପ୍ରତିଯୋଗୀଙ୍କୁ ଅତିଥିମାନଙ୍କ ଦ୍ୱାରା ସାର୍ଟିଫିକେଟ ଓ ଟ୍ରଫି ପ୍ରଦାନ କରି ପୁରସ୍କୃତ କରାଯାଇଥିଲା। ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନେ ଆଗାମୀ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ବୋଲି ସିଆରସିସି ଶ୍ରୀ ନାଗ ସୂଚନା ଦେଇଛନ୍ତି।

କାର୍ଯ୍ୟକ୍ରମରେ ଉପସ୍ଥିତ ଶିକ୍ଷକ, ଶିକ୍ଷୟିତ୍ରୀ, ଅଭିଭାବକ ଏବଂ ଛାତ୍ରଛାତ୍ରୀମାନେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ଆୟୋଜକଙ୍କୁ ପ୍ରଶଂସା କରିବା ସହ ଶିଶୁମାନଙ୍କ ଲୁକ୍କାୟିତ ପ୍ରତିଭାକୁ ଚିହ୍ନଟ, ପ୍ରୋତ୍ସାହିତ ଓ ବିକଶିତ କରିବାରେ ଏପରି କାର୍ଯ୍ୟକ୍ରମର ଭୂମିକା ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ବୋଲି ମତ ରଖିଥିଲେ। କାର୍ଯ୍ୟକ୍ରମ ଦେଖିବା ପାଇଁ ଗ୍ରାମବାସୀ ବିଦ୍ୟାଳୟ ପରିସରରେ ଭିଡ଼ ଜମାଇଥିଲେ ଓ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରୁଥିବା ଦେଖିବାକୁ ମିଳିଥିଲା।

ମଞ୍ଚ ସଂଯୋଜନା ତେନ୍ତୁଳୀଖୁଣ୍ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ଡିଲେଶ୍ୱର ବେହେରା କରିଥିବା ବେଳେ ବରିଷ୍ଠ ଶିକ୍ଷକ ମୋହନ ଚରଣ ସାହୁ ଧନ୍ୟବାଦ ଜ୍ଞାପନ କରିଥିଲେ।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
ପରବର୍ତ୍ତୀ ଖବର ଛାତ୍ର ସଂସଦ ନିର୍ବାଚନ ବର୍ଜନ… ଜିଲ୍ଲା ଦାବି ପ୍ରସଙ୍ଗ ନେଇ ତେଜିଲା ଟିଟିଲାଗଡ ଡିଏଭି ମହାବିଦ୍ୟାଳୟ କଲେଜ କ୍ୟାମ୍ପସ