ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ଖୋର୍ଦ୍ଧା କେନ୍ଦୁଝର କନ୍ଧମାଳ ପୁରୀ

ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ

ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ – ସମୀକ୍ଷା ଖବର

ରଞ୍ଜନ ହୋତା /ସ୍ୱତନ୍ତ୍ର ପ୍ରତିନିଧି /ସୁବର୍ଣ୍ଣପୁର /ସମୀକ୍ଷା ନ୍ୟୁଜ:

ସୁବର୍ଣ୍ଣପୁର, ତା. ୧୨/୦୯/୨୦୨୬: ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗରିପାଲି ବ୍ଲକସ୍ଥିତ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଜିଲ୍ଲାପାଳ ଶ୍ରୀ ଦେବାଶିଷ ସିଂହ ଓ ସୁବର୍ଣ୍ଣପୁର ଆରକ୍ଷୀ ଅଧୀକ୍ଷକ ଶ୍ରୀ ନାରାୟଣ ନାୟକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ଏହି ଶିବିରରେ ସର୍ବମୋଟ ୫୯ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା।

ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ – ସମୀକ୍ଷା

ସେଥିମଧ୍ୟରୁ ୫୪ଟି ବ୍ୟକ୍ତିଗତ ଓ ୫ଟି ସାମୂହିକ ଦରଖାସ୍ତ ଥିଲା। ଏଥିସହ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ସମ୍ବନ୍ଧୀୟ ୨ଟି ଏବଂ ରେଡ୍‌କ୍ରସ୍‌ ପାଣ୍ଠି ସମ୍ବନ୍ଧୀୟ ଗୋଟିଏ ଦରଖାସ୍ତ ଗ୍ରହଣ କରାଯାଇଥିଲା। ଗୋଟିଏ ଦରଖାସ୍ତର ତତ୍କାଳ ସମାଧାନ କରାଯାଇଥିଲା।ଅନ୍ୟ ସମସ୍ତ ଦରଖାସ୍ତଗୁଡ଼ିକର ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପ୍ରେରଣ କରାଯାଇଥିଲା।ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ ଶ୍ରୀ ଅଶ୍ୱିନୀ ମେହେର ଓ ଅତିରିକ୍ତ ତହସିଲଦାର ଶ୍ରୀ ରୋହିତ ଭୋଇ ପ୍ରମୁଖ ମଞ୍ଚାସୀନ ଥିଲେ।ଏହି ଶିବିରରେ ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଉଷାରାଣୀ ଦାସ, ସହକାରୀ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମହେଶ୍ୱର ପ୍ରଧାନଙ୍କ ସମେତ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଧାରଣାରେ ବସିଲେ ଶତାଧିକ ଆଇରନ ଟ୍ରକ ଡ୍ରାଇଭର: ପାରାଦ୍ୱୀପରେ ତୀବ୍ର ଅସନ୍ତୋଷ