ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ଗଞ୍ଜାମ ଖୋର୍ଦ୍ଧା ମାଲକାନଗିରି

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ମାତୃ କର୍ମଶାଳା

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ମାତୃ କର୍ମଶାଳା – ସମୀକ୍ଷା ଖବର

ବିଜୟ କୁମାର ମହାପାତ୍ର / ସମୀକ୍ଷା ନ୍ୟୁଜ/ ପିପିଲି :୧୩ା୧୦

ପିପିଲି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ମାତୃ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାମନ୍ଦିର ପରିଚାଳନା ସମିତି ସଭାପତି ବିକ୍ରମ କେଶରୀ ସିଂହ କାର୍ଯ୍ୟକ୍ରମକୁ ଉଦ୍‍ଘାଟନ କରିବା ଅବସରରେ ଶିଶୁମାନଙ୍କୁ ଉତ୍ତମ ନାଗରିକ ଭାବେ ଗଢିତୋଳିବା ଦିଗରେ ମାଆ ମାନଙ୍କ ଭୂମିକା ଉପରେ ଗୁରୁତ୍ୱାରୋପ କରିଥିଲେ । ମୁଖ୍ୟଅତିଥି ଭାବେ ପିପିଲି ସଂକୁଳ ଶିଶୁବାଟିକା ପ୍ରମୁଖ ତନୁଶ୍ରୀ ଦାଶ ଯୋଗଦେଇ ବିଭିନ୍ନ ପରାମର୍ଶ ଦେଇଥିଲେ । ଶିଶୁମାନଙ୍କୁ କେବଳ ପରିବାରର ସଂପତ୍ତି ବୋଲି ନଭାବି ଦେଶରେ ସଂପତ୍ତି ବୋଲି ଭାବିବା ଓ ସମାଜ ଗଠନ ଦିଗରେ ସେମାନଙ୍କୁ ଉପଯୁକ୍ତ ଭାବେ ଗଢିତୋଳିବା ପାଇଁ ବିଦ୍ୟାମନ୍ଦିର ପରିଚାଳନା ସମିତିର ସଂପାଦକ ପ୍ରଦ୍ୟୁମ୍ନ କୁମାର ସୁବୁଦ୍ଧି ଉପସ୍ଥିତ ମାଆ ମାନଙ୍କୁ ପରାମର୍ଶ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ପରିଚାଳନା ସମିତିର କୋଷାଧ୍ୟକ୍ଷ ନିରଞ୍ଜନ ମହାପାତ୍ର, ସହସଂପାଦକ ରମାକାନ୍ତ ନାୟକ ପ୍ରମୁଖ ଯୋଗଦେଇ ସୁସ୍ଥ ସମାଜ ଗଠନରେ ମାଆ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରିଥିଲେ ।

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ମାତୃ କର୍ମଶାଳା – ସମୀକ୍ଷା

ପ୍ରଧାନାଚାର୍ଯ୍ୟ ଅଭିରାମ ସେଠୀ କାର୍ଯ୍ୟକ୍ରମର ଆଭିମୁଖ୍ୟ ସଂପର୍କରେ ଆଲୋକପାତ କରିଥିବା ବେଳେ ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟା ତଥା ପିପିଲି ସଂକୁଳ ସହ-ଶିଶୁବାଟିକା ପ୍ରମୁଖ ସୁଧାଂଶୁବାଳା ମହାନ୍ତି ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ଏହି ଅବସରରେ ଅଭିଭାବିକାମାନଙ୍କ ମଧ୍ୟରେ ଯୋଗ, ବ୍ୟାୟାମ ଓ ଝୋଟି ପ୍ରତିଯୋଗିତା ଅନୁଷ୍ଠିତ ହେବା ସହ ଶ୍ରେଷ୍ଠ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ବିଦ୍ୟାମନ୍ଦିରର ଶିଶୁବାଟିକା ଓ ପ୍ରଥମ, ଦ୍ୱିତୀୟ ଶ୍ରେଣୀର ଅଭିଭାବିକାମାନେ ଏଥିରେ ଯୋଗଦେଇ ନିଜ ନିଜର ମତ ରଖିଥିଲେ । ବିଦ୍ୟାମନ୍ଦିର ଶିଶୁବାଟିକା ପ୍ରମୁଖ ଜ୍ୟୋସ୍ନାରାଣୀ ମିଶ୍ର ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିବା ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ମୟୂରଭଞ୍ଜର କବିଶ୍ରୀ ରାଜେନ୍ଦ୍ର ଦାସଙ୍କୁ ସମ୍ମାନସୂଚକ ଡକ୍ଟରେଟ୍