ଭଗବାନ ମହାନ୍ତି/ ବରିଷ୍ଠ ସାମ୍ବାଦିକ/ ମୁରିବାହାଲ/ ସମୀକ୍ଷା ନ୍ୟୁଜ:
ମୁରିବାହାଲ, ତା ୧୪/୧୦|୨୬ ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଲକ ଭୋଇପଡ଼ା କ୍ଲଷ୍ଟର ଅନ୍ତର୍ଗତ ଗୁରୁଣ୍ଡା ଉପ୍ରା ବିଦ୍ୟାଳୟଠାରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ଓ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ‘ସୁରଭି-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଭୋଇପଡ଼ା କ୍ଲଷ୍ଟର ସିଆରସିସି ସଞ୍ଜୟ କୁମାର ନାଏକଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ଗୋଇମୁଣ୍ଡା ସରପଞ୍ଚ କାଳିଆ ସରାଫ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଗୁରୁଣ୍ଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭୀମନ୍ୟୁ ବାଗ, ହାଇସ୍କୁଲ ଶିକ୍ଷକ ପାଣ୍ଡବ ସାହୁ ଓ ଗୁରୁଣ୍ଡା ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁଶୀଲ ଭୋଇ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ।

ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବକ୍ତୃତା, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, ସଙ୍ଗୀତ ଓ କୁଇଜ୍ ଆଦି ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏହାଦ୍ୱାରା ଛାତ୍ରଛାତ୍ରୀମାନେ ନିଜ ପ୍ରତିଭା ପ୍ରଦର୍ଶନ କରିବା ସହ ସୃଜନଶୀଳତା ଓ ଆତ୍ମବିଶ୍ୱାସ ବୃଦ୍ଧିର ସୁଯୋଗ ପାଇଥିଲେ। ଉଦଯାପନୀ ଅଧିବେଶନରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଭୋଇପଡ଼ା କ୍ଲଷ୍ଟରର ଆୟୋଜକ କମିଟି ଓ ଶିକ୍ଷକମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ସହ ଉତ୍ସବ ଉଦଯାପିତ ହୋଇଥିଲା।





