ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ଖୋର୍ଦ୍ଧା କେନ୍ଦୁଝର କନ୍ଧମାଳ ପୁରୀ

ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ଜଣେ ମୃତ, ଅନ୍ୟ ଜଣେ ଗୁରୁତର

ସମୀକ୍ଷା ନ୍ୟୁଜ ବ୍ୟୁରୋ / କଳାହାଣ୍ଡି :୧୪।୧୦

କଳାହାଣ୍ଡି ଜିଲ୍ଲା କୋକସରା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୨୬ ମୋଟେର ଚାରବାହାଲ ରାସ୍ତାର ଅମୂଲ୍ୟ ସିଡ୍ସ ନିକଟରେ ବୁଧବାର ସନ୍ଧ୍ୟାରେ ବିପରୀତ ଦିଗରୁ ଆସୁଥିବା ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇଜଣ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଥିଲେ। ସୂଚନା ଅନୁଯାୟୀ ଦୁଇ ବାଇକ୍ ମଧ୍ୟରେ ଧକ୍କା ହେବା ପରେ ଉଭୟ ଆରୋହୀ ରାସ୍ତା ଉପରେ ପଡ଼ି ଗୁରୁତର ହୋଇଥିଲେ।ଦୁର୍ଘଟଣାରେ ଦୁଇଜଣ ଗୁରୁତର ଆହତ ହୋଇ ରାସ୍ତା ଉପରେ ପଡ଼ି ରହିଥିବା ଦେଖି ସେହି ସମୟରେ ଭବାନୀପାଟଣା ଯାଉଥିବା ବିଜେପି ଜିଲ୍ଲା ଆଦିବାସୀ ମୋର୍ଚ୍ଚା ସଭାପତି ତ୍ରିନାଥ ଶବର ଓ ଆମପାଣି ମଣ୍ଡଳ ଯୁବମୋର୍ଚ୍ଚା ସଭାପତି ତ୍ରିଲୋକ୍ୟ ବେଶ୍ରା ଗୁରୁତର ଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ରେ ଡାକ୍ତରଖାନା ପଠାଇଥିଲେ। ତେବେ ଦୁର୍ଘଟଣା ରେ ଗୁରୁତର ଚାରବାହାଲ ଗ୍ରାମ ର ଭୀମ ସାହୁ ଙ୍କ ଜୁନାଗଡ଼ ଡାକ୍ତରଖାନାରେ ମୃତ୍ୟୁ ହୋଇଥିବା ଜଣାପଡିଛି। ଅନ୍ୟ ଜଣେ ଗୁରୁତର ଯୁବକ ଙ୍କୁ ଭବାନୀପାଟଣା ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନା କୁ ସ୍ଥାନାନ୍ତରିତ କରିଥିବା ସୂଚନା ମିଳିଛି। ତେବେ ଯୁବକ ଙ୍କ ପରିଚୟ ମିଳିନାହିଁ।ଘଟଣାସ୍ଥଳରେ କୋକସରା ଥାନା ମୋଟେର ଫାଣ୍ଡି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଦୁର୍ଘଟଣା ଗ୍ରସ୍ତ ଦୁଇ ବାଇକ କୁ ଜବତ କରିଛନ୍ତି।

ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ଜଣେ ମୃତ, ଅନ୍ୟ ଜଣେ ଗୁରୁତର – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ନବୋଦୟ ବିଦ୍ୟାଳୟରେ ମଡେଲ୍ ଯୁବ ଗ୍ରାମସଭା ଅନୁଷ୍ଠିତ