ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ଖୋର୍ଦ୍ଧା କେନ୍ଦୁଝର କନ୍ଧମାଳ ପୁରୀ

କୋଠାରରେ ସାଧନ କେନ୍ଦ୍ରସ୍ତରୀୟ ସୁରଭି-୨୦୨୬

କୋଠାରରେ ସାଧନ କେନ୍ଦ୍ରସ୍ତରୀୟ ସୁରଭି-୨୦୨୬ – ସମୀକ୍ଷା ଖବର

ଭଦ୍ରକ/ ସମୀକ୍ଷା ନ୍ୟୁଜ:

ଧାମନଗର ୧୪।୧୦ (.) : ଭଦ୍ରକ ଜିଲ୍ଲାର କୋଠାର ଉଚ୍ଚ ବିଦ୍ୟାଳୟ ପରିସରରେ ବୁଧବାର ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସାଧନ କେନ୍ଦ୍ର ସଂଯୋଜକ ବିଶ୍ୱଜିତ ମଲ୍ଲିକଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କ୍ଲଷ୍ଟର ଅନ୍ତର୍ଗତ ୧୩ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ଯୋଗଦେଇ ବିଭିନ୍ନ ପ୍ରତିଯୋଗିତାରେ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ। କାର୍ଯ୍ୟକ୍ରମରେ ସହିଦନଗର ପିଏମ୍‌ଶ୍ରୀ ଉଚ୍ଚ ବିଦ୍ୟାଳୟର ପ୍ରିୟତମା ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ମଣ୍ଡଳ ସହଶିକ୍ଷାଧିକାରୀ ସତ୍ୟସୁନ୍ଦର ପରିଡ଼ା ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। କୋଠାର ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସନ୍ତୋଷ କୁମାର ଖିଲାର କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ କୋଠାର ମହାବିଦ୍ୟାଳୟର ସଂସ୍କୃତ ଅଧ୍ୟାପକ ରବୀନ୍ଦ୍ର ପାଣିଗ୍ରାହୀ, ପତ୍ରିସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଧର୍ମେନ୍ଦ୍ର ଦାସ, କୋଠାର ପଞ୍ଚାୟତର ସମିତି ସଭ୍ୟା ସନ୍ଧ୍ୟାରାଣୀ ମଳିକ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଦେବାନନ୍ଦ ସାହୁ, ପୁରାତନ ଛାତ୍ର ସଂଘର ସଭାପତି ବିଜୟ କୁମାର ମିଶ୍ର ଏବଂ ନଦିଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ତଥା ବିଦ୍ୟାଳୟ ପରିଚାଳନା କମିଟିର ଉପସଭାପତି ଲକ୍ଷ୍ମଣ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। କ୍ଲଷ୍ଟରର ସମସ୍ତ ୧୩ଟି ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଉତ୍ସାହପୂର୍ଣ୍ଣ ଅଂଶଗ୍ରହଣ ଏବଂ ସମସ୍ତ ପ୍ରଧାନଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳତାର ସହ ସମ୍ପନ୍ନ ହୋଇଥିଲା।

କୋଠାରରେ ସାଧନ କେନ୍ଦ୍ରସ୍ତରୀୟ ସୁରଭି-୨୦୨୬ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଜିଲ୍ଲା ସ୍ତରୀୟ ମହକ ଓ ଉତ୍ସାହ କାର୍ଯ୍ୟକ୍ରମ ଉଦଘାଟିତ