ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ଖୋର୍ଦ୍ଧା କେନ୍ଦୁଝର ପୁରୀ

କନ୍ଧମାଳ ଜିଲ୍ଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ: ୧୨ଟି ବ୍ଲକରୁ ୬୮୧ କ୍ରୀଡ଼ାବିତ୍‌ଙ୍କ ଯୋଗଦାନ

କନ୍ଧମାଳ ଜିଲ୍ଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ: ୧୨ଟି ବ୍ଲକରୁ ୬୮୧ କ୍ରୀଡ଼ାବିତ୍‌ଙ୍କ ଯୋଗଦାନ – ସମୀକ୍ଷା ଖବର


ଅଚ୍ୟୁତ ଜାନୀ/ବିଶେଷ ପ୍ରତିନିଧି/କନ୍ଧମାଳ/ସମୀକ୍ଷା ନ୍ୟୁଜ:

କନ୍ଧମାଳ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଜିଲ୍ଲାସ୍ତରୀୟ କବାଡ଼ି, ଭଲିବଲ୍‌, ବିଚ୍‌ ଭଲିବଲ୍‌ ଓ ଚେସ୍‌ ପ୍ରତିଯୋଗିତା ସ୍ଥାନୀୟ କନ୍ଧମାଳ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଛି। ଅକ୍ଟୋବର ୧୪ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି କ୍ରୀଡ଼ା ପ୍ରତିଯୋଗିତାର ଔପଚାରିକ ଉଦ୍‌ଘାଟନ ଗୁରୁବାର ଅପରାହ୍ନ ୩ଟାରେ ଅନୁଷ୍ଠିତ ହୋଇଥିଲା। ଉଦ୍‌ଘାଟନୀ ଉତ୍ସବରେ ଜିଲ୍ଲା ଶିକ୍ଷାଧିକାରୀ ରାଜେଶ କୁମାର ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ପର୍ଯ୍ୟବେକ୍ଷକ ଶ୍ୟାମ ସୁନ୍ଦର ସାହା ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ। ଅନ୍ୟ ଅତିଥିଙ୍କ ମଧ୍ୟରେ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ସଞ୍ଜୟ କୁମାର ପାତ୍ର, ଜିଲ୍ଲା କ୍ରୀଡ଼ା ଅଧିକାରୀ ସମୀର ନାୟକ ଓ ପୂର୍ବତନ ଶାରୀରିକ ଶିକ୍ଷା ଅଧିକାରୀ ରଙ୍କନିଧି ବେହେରା ଯୋଗଦେଇ ପ୍ରତିଯୋଗିତାର ଶୁଭାରମ୍ଭ କରିଥିଲେ। ଏହି ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ କନ୍ଧମାଳ ଜିଲ୍ଲାର ୧୨ଟି ବ୍ଲକରୁ ମୋଟ ୬୮୧ ଜଣ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିଛନ୍ତି। ପ୍ରତିଯୋଗିତାରେ ଉତ୍କୃଷ୍ଟ ପ୍ରଦର୍ଶନ କରି କ୍ରୀଡ଼ାବିତ୍‌ମାନେ ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହେବେ ବୋଲି ଜିଲ୍ଲା ଶିକ୍ଷାଧିକାରୀ ଆଶା ପ୍ରକାଶ କରିଥିଲେ। ଏହି ଆୟୋଜନ ଜିଲ୍ଲାର ଛାତ୍ରଛାତ୍ରୀଙ୍କ ମଧ୍ୟରେ କ୍ରୀଡ଼ା ପ୍ରତିଭାର ବିକାଶ ଓ ପ୍ରତିଯୋଗିତାମୂଳକ ମନୋଭାବ ବୃଦ୍ଧିରେ ସହାୟକ ହେବ ବୋଲି ଆଶା କରାଯାଉଛି। କ୍ରୀଡ଼ା ଶିକ୍ଷକ କୃଷ୍ଣଚନ୍ଦ୍ର ଗୌଡ଼ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ସ୍ଥାନୀୟ ଏ.ଜେ.ଓ. ହାଇସ୍କୁଲର କ୍ରୀଡ଼ା ଶିକ୍ଷକ ରାକେଶ ବିଶୋୟୀ ଉପସ୍ଥିତ ଅତିଥି, ଆୟୋଜକ ଓ କ୍ରୀଡ଼ାବିତ୍‌ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

କନ୍ଧମାଳ ଜିଲ୍ଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ: ୧୨ଟି ବ୍ଲକରୁ ୬୮୧ କ୍ରୀଡ଼ାବିତ୍‌ଙ୍କ ଯୋଗଦାନ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଆର୍‌. ନୂଆଗାଁ କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟରେ ଅଭିଭାବକ-ଶିକ୍ଷକ ବୈଠକ