ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ଖୋର୍ଦ୍ଧା କେନ୍ଦୁଝର ପୁରୀ

କଳାହାଣ୍ଡିରେ ଘରୋଇ ହିଂସା ପ୍ରତିରୋଧ ଓ ପୀଡ଼ିତାଙ୍କ ସୁରକ୍ଷା ନେଇ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ  କର୍ମଶାଳା

କଳାହାଣ୍ଡିରେ ଘରୋଇ ହିଂସା ପ୍ରତିରୋଧ ଓ ପୀଡ଼ିତାଙ୍କ ସୁରକ୍ଷା ନେଇ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ  କର୍ମଶାଳା – ସମୀକ୍ଷା ଖବର

ସୁନୀଲ କୁମାର ବିଶି /ସମୀକ୍ଷା ନ୍ୟୁଜ/ଜିଲ୍ଲା ପ୍ରତିନିଧି/କଳାହାଣ୍ଡି

ଭବାନୀପାଟଣା, ୧୬/୧୦: ଘରୋଇ ହିଂସାର ପ୍ରତିରୋଧ, ପୀଡ଼ିତାଙ୍କ ଅଧିକାରର ସୁରକ୍ଷା ଏବଂ ଆବଶ୍ୟକ ସହାୟତା ସେବା ଯୋଗାଇଦେବା ଉଦ୍ଦେଶ୍ୟରେ କଳାହାଣ୍ଡି ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟ ପକ୍ଷରୁ ଏକ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କର୍ମଶାଳା ଶୁକ୍ରବାର ଭବାନୀପାଟଣାସ୍ଥିତ ଜିଲ୍ଲା ଯୋଜନା ଓ ସମୀକ୍ଷା ବିଭାଗର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।
ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କର୍ମଶାଳାରେ ଘରୋଇ ହିଂସାରୁ ମହିଳାମାନଙ୍କ ସୁରକ୍ଷା ଅଧିନିୟମ, ୨୦୦୫ର ବିଭିନ୍ନ ବ୍ୟବସ୍ଥା, ପୀଡ଼ିତାଙ୍କ ଆଇନଗତ ଅଧିକାର, ପରାମର୍ଶ ପ୍ରଦାନ ଏବଂ ସହାୟତା ସେବା ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା।
ଘରୋଇ ହିଂସା ଘଟଣାକୁ ଚିହ୍ନଟ କରିବା, ପୀଡ଼ିତାଙ୍କୁ ତୁରନ୍ତ ସହାୟତା ଯୋଗାଇଦେବା, ଆବଶ୍ୟକ ସ୍ଥଳେ ଆଇନଗତ ପଦକ୍ଷେପ ଗ୍ରହଣ କରିବା ଏବଂ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ସମନ୍ୱିତ ସେବା ପ୍ରଦାନ ଉପରେ ଗୁରୁତ୍ୱ ଦିଆଯାଇଥିଲା।ଏଥିସହ ଘରୋଇ ହିଂସା ନିରାକରଣ ପାଇଁ ସାମାଜିକ ସଚେତନତା ବୃଦ୍ଧି ଓ ଭବିଷ୍ୟତ କାର୍ଯ୍ୟଯୋଜନା ପ୍ରସ୍ତୁତି ନେଇ ମଧ୍ୟ ଆଲୋଚନା କରାଯାଇଥିଲା।
କର୍ମଶାଳାରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରିଣୀ ମୁଜିବୁନ ନିଶା, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ନିହାରେନ୍ଦ୍ର ପଣ୍ଡା, ଯୋଜନା ବିଭାଗର ଉପନିର୍ଦ୍ଦେଶକ ଶ୍ରୀକାନ୍ତ ଦଳେଇ, ସମାଜ କଲ୍ୟାଣ ଅଧିକାରିଣୀ ନିୟତିବାଳା ସୋରେନ, କାର୍ଯ୍ୟକ୍ରମ ଅଧିକାରିଣୀ ନମିତା ପୋଲ, ସମସ୍ତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ, ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷା ସ୍ୱର୍ଣ୍ଣଲତା ମହାନ୍ତି ଓ ସଦସ୍ୟମାନେ ଯୋଗଦେଇଥିଲେ।

କଳାହାଣ୍ଡିରେ ଘରୋଇ ହିଂସା ପ୍ରତିରୋଧ ଓ ପୀଡ଼ିତାଙ୍କ ସୁରକ୍ଷା ନେଇ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ  କର୍ମଶାଳା – ସମୀକ୍ଷା


ଏଥିସହ ଜିଲ୍ଲା ମହିଳା ହବ୍‌ର ସଂଯୋଜକ ଯୋଗେଶ୍ୱର ବୁଦ୍ଧିଆ, ପୋଲିସ ଅଧିକାରୀ, ୱାନ୍ ଷ୍ଟପ୍ ସେଣ୍ଟର, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ, ଶକ୍ତି ସଦନ ଏବଂ ଏଫ୍‌ସିସିର ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ।
ପ୍ରାରମ୍ଭରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରିଣୀ ମୁଜିବୁନ ନିଶା ଅତିଥି ଓ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରିବା ସହ କର୍ମଶାଳାର ଉଦ୍ଦେଶ୍ୟ ସମ୍ପର୍କରେ ଅବଗତ କରାଇଥିଲେ।ଜିଲ୍ଲା ମହିଳା ହବ୍‌ର ସଂଯୋଜକ ଯୋଗେଶ୍ୱର ବୁଦ୍ଧିଆ ମଞ୍ଚ ପରିଚାଳନା କରିଥିବାବେଳେ ପ୍ରଶିକ୍ଷକ ଶୁଭ୍ରାଂଶୁ ଶେଖର ନନ୍ଦ ତାଲିମ ପ୍ରଦାନ କରିଥିଲେ।ଶେଷରେ ଏଡ୍ ଏଟ୍ ଆକ୍ସନର ଜିଲ୍ଲା ସଂଯୋଜକ ଦିବ୍ୟ ରଞ୍ଜନ ଯୋଷି ଧନ୍ୟବାଦ ଅର୍ପଣ କରିଥିଲେ।
ଘରୋଇ ହିଂସାର ଶିକାର ମହିଳାମାନଙ୍କୁ ସମୟୋପଯୋଗୀ ସହାୟତା, ସୁରକ୍ଷା ଓ ନ୍ୟାୟ ପ୍ରଦାନ ସହ କଳାହାଣ୍ଡି ଜିଲ୍ଲାରେ ଏକ ସୁରକ୍ଷିତ, ହିଂସାମୁକ୍ତ ଓ ମହିଳାଙ୍କ ପ୍ରତି ସମ୍ମାନଜନକ ପରିବେଶ ଗଠନ ପାଇଁ ସମସ୍ତ ବିଭାଗର ସମନ୍ୱିତ ପ୍ରୟାସ ଅତ୍ୟନ୍ତ ଜରୁରୀ ବୋଲି କର୍ମଶାଳାରେ ଗୁରୁତ୍ୱାରୋପ କରାଯାଇଥିଲା।

କଳାହାଣ୍ଡିରେ ଘରୋଇ ହିଂସା ପ୍ରତିରୋଧ ଓ ପୀଡ଼ିତାଙ୍କ ସୁରକ୍ଷା ନେଇ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ  କର୍ମଶାଳା – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ମୁରିବାହାଲ: ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନବାଗତ ଛାତ୍ରଛାତ୍ରୀଙ୍କ ଭବ୍ୟ ସ୍ୱାଗତ ସମାରୋହ