ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ଖୋର୍ଦ୍ଧା କେନ୍ଦୁଝର କନ୍ଧମାଳ ପୁରୀ

ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ବେରବୋଇରେ ଛାୟା ବିଧାନସଭା କାର୍ଯ୍ୟକ୍ରମ ଅନୁଷ୍ଠିତ

ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ବେରବୋଇରେ ଛାୟା ବିଧାନସଭା କାର୍ଯ୍ୟକ୍ରମ ଅନୁଷ୍ଠିତ – ସମୀକ୍ଷା ଖବର

ବିଜୟ କୁମାର ମହାପାତ୍ର / ସାମ୍ବାଦିକ/ସମୀକ୍ଷା ନ୍ୟୁଜ / ପିପିଲି:
ଡେଲାଙ୍ଗ,ତା୧୭।୧୦ ଡେଲାଙ୍ଗ ବେରବୋଇସ୍ଥିତ ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଗଣତାନ୍ତ୍ରିକ ମୂଲ୍ୟବୋଧ, ନେତୃତ୍ୱ ଦକ୍ଷତା ଓ ସଂସଦୀୟ କାର୍ଯ୍ୟପ୍ରଣାଳୀ ସମ୍ପର୍କରେ ଜ୍ଞାନ ବୃଦ୍ଧି କରିବା ଉଦ୍ଦେଶ୍ୟରେ ଏକ ମକ୍ ଆସେମ୍ବଲି (ଛାୟା ବିଧାନସଭା) କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନେ ବାଚସ୍ପତି, ମନ୍ତ୍ରୀ ଓ ବିଧାୟକ,ମୁଖ୍ୟମନ୍ତ୍ରୀ, ବିରୋଧୀଦଳ ନେତାଙ୍କ ଭୂମିକା ଗ୍ରହଣ କରି ବିଧାନସଭାର କାର୍ଯ୍ୟଧାରାକୁ ଅତି ସୁନ୍ଦର ଭାବରେ ଉପସ୍ଥାପନ କରିଥିଲେ। ସେମାନେ ବିଦ୍ୟାଳୟର ବିଭିନ୍ନ ସମସ୍ୟା ସମ୍ବନ୍ଧୀୟ ପ୍ରସଙ୍ଗରେ ଆଲୋଚନା, ପ୍ରଶ୍ନୋତ୍ତର ଓ ଯୁକ୍ତିଯୁକ୍ତ ମତ ଉପସ୍ଥାପନ କରିଥିଲେ। ଏହି ଅଭିନବ କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀମାନେ ଗଣତନ୍ତ୍ରର ମହତ୍ତ୍ୱ, ଆଇନ ପ୍ରଣୟନ ପ୍ରକ୍ରିୟା, ଜନପ୍ରତିନିଧିଙ୍କ କର୍ତ୍ତବ୍ୟ ଓ ଦାୟିତ୍ୱ ବିଷୟ ଉପରେ ଜ୍ଞାନ ଲାଭ କରିଥିଲେ। ଏହା ଦ୍ୱାରା ସେମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ, ବକ୍ତୃତା,କଳା, ତର୍କ କରିବାର ଦକ୍ଷତା, ଶୃଙ୍ଖଳା ଓ ନେତୃତ୍ୱ ଗୁଣବତାର ବୃଦ୍ଧି ପାଇଛି ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ କେବଳ ପାଠ୍ୟପୁସ୍ତକର ଜ୍ଞାନ ମଧ୍ୟରେ ସୀମିତ ନ ରଖି ବାସ୍ତବ ଜୀବନରେ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ବୁଝିବାର ସୁଯୋଗ ପ୍ରଦାନ କରିଛି। ଶିକ୍ଷକମାନଙ୍କ ମାର୍ଗଦର୍ଶନରେ ଏହି କାର୍ଯ୍ୟକ୍ରମ ଶିକ୍ଷା ଓ ଅନୁଭୂତିର ଏକ ସୁନ୍ଦର ସମନ୍ୱୟ ସୃଷ୍ଟି କରିଥିଲା। ପିଏମ୍ ଶ୍ରୀ ଯୋଜନାର ଲକ୍ଷ୍ୟ ଅନୁଯାୟୀ, ଏଭଳି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କୁ ଦକ୍ଷ, ସଚେତନ ଓ ଦାୟିତ୍ୱବାନ ନାଗରିକ ଭାବେ ଗଢ଼ିତୋଳିବାରେ ସହାୟକ ହେବ। ଏହି ମକ୍ ଆସେମ୍ବଲି କାର୍ଯ୍ୟକ୍ରମ ବିଦ୍ୟାଳୟର ଶିକ୍ଷାମୂଳକ କାର୍ଯ୍ୟକଳାପରେ ଏକ ଉଲ୍ଲେଖନୀୟ ପଦକ୍ଷେପ ଭାବେ ପରିଗଣିତ ହୋଇଥିବା କହିଥିଲେ।ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ କାମିନୀ ପ୍ରଭା ବେହେରା ଏବଂ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।

ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ବେରବୋଇରେ ଛାୟା ବିଧାନସଭା କାର୍ଯ୍ୟକ୍ରମ ଅନୁଷ୍ଠିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ପିପିଲିରେ ‘ରୋଟାରୀ କନେକ୍ଟ ୩୬୦’ କାର୍ଯ୍ୟକ୍ରମ,କୃତ୍ରିମ ବୁଦ୍ଧିମତ୍ତା ଓ ଡିଜିଟାଲ୍ ଶିକ୍ଷା ଉପରେ ଛାତ୍ରଛାତ୍ରୀଙ୍କୁ ସଚେତନତା