ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୫ ମିନିଟ ପୂର୍ବେNaveen & Pandian’s foreign visit: ନବୀନ ଓ ପାଣ୍ଡିଆନଙ୍କ ବିଦେଶ ଗସ୍ତ, ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ୩୨ ମିନିଟ ପୂର୍ବେPottangi Block Horrific accident: ପଟ୍ଟାଙ୍ଗି ବ୍ଲକ-ପାୱାର ଟିଲରରେ ଚାଷ କରୁଥିବା ବେଳେ ଭୟଙ୍କର ଦୁର୍ଘଟଣା ୫୯ ମିନିଟ ପୂର୍ବେRayagada 4th Annual ‘Diyal Parab’: ରାୟଗଡ଼ା-ଜିସିଡି ପଡିଆଠାରେ ଚତୁର୍ଥ ବର୍ଷ ଦିଆଲ୍ ପରବ୍ ଭେଟଘାଟ୍‌ ୧ ଘଣ୍ଟା ପୂର୍ବେKashipur llegal sale of foreign liquor: କାଶୀପୁର-ବିଏର ପାର୍ଲର ନାଁରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ! ୧ ଘଣ୍ଟା ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୧ ଘଣ୍ଟା ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୨ ଘଣ୍ଟା ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୨ ଘଣ୍ଟା ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ! ୨ ଘଣ୍ଟା ପୂର୍ବେParadip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ ୨ ଘଣ୍ଟା ପୂର୍ବେBargarh Kharif paddy procurement: ଆସନ୍ତା ନଭେମ୍ବର ୩୦ରୁ ବରଗଡ ଜିଲ୍ଲାରେ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ରାୟଗଡ଼ା ନୟାଗଡ଼ ବରଗଡ଼ କେନ୍ଦୁଝର ଖୋର୍ଦ୍ଧା

ଜଗତସିଂହପୁର ଠାରେ ୩୮ ତମ ରାବଣ ପୋଡି

ଜଗତସିଂହପୁର ଠାରେ ୩୮ ତମ ରାବଣ ପୋଡି – ସମୀକ୍ଷା ଖବର

ଭଗବାନ ମହାନ୍ତି/ ଜିଲ୍ଲା ପ୍ରତିନିଧି/ ଜଗତସିଂହପୁର /ସମୀକ୍ଷା ନ୍ୟୁଜ:

ଜଗତସିଂହପୁର- ତା ୨୧.୧୦.୨୬ ରିଖ, ଆଜି ସ°ଧ୍ୟାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖସ୍ଥ ପଡିଆ ଠାରେ ଶ୍ରୀରାମ କ୍ଲବ ଆନୁକୂଲ୍ୟରେ ଜିଲ୍ଲା ପ୍ରଶାସନ ସହଯୋଗ ରେ ରାବଣ ପୋଡି ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଶ୍ରୀ ରାମ କ୍ଲବ ସମ୍ପାଦକ ଶ୍ରୀ ବିଜୟ କୁମାର ରାଉତ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମାନ୍ୟବର ବିଧାୟକ-ତଥା-ଅଧ୍ୟକ୍ଷ, ଜିଲ୍ଲା ଯୋଜନା ବୋର୍ଡ, ଜଗତସିଂହପୁର ଶ୍ରୀ ଅମରେନ୍ଦ୍ର ଦାସ ତାଙ୍କ ବକ୍ତବ୍ୟରେ ନିଶା ସେବନ ଓ ମୋବାଇଲ ବ୍ଯବହାର ଠାରୁ ଯୁବସମାଜ ଦୂରେଇ ରହିବା ପାଇଁ ନିବେଦନ କରିବା ସହ ଭସାଣି କାର୍ଯ୍ୟକ୍ରମ ରେ ନିଶା ସେବନ ନ କରିବା ପାଇଁ ସେ ସମସ୍ତଙ୍କୁ ଅନୁରୋଧ କରିଥିଲେ । ଦୁର୍ନୀତିକୁ ବିରୋଧ କରି ସ୍ୱର ଉତ୍ତୋଳନ କରିବା ପାଇଁ ସମସ୍ତଙ୍କୁ ଉପଦେଶ ଦେଇଥିଲେ । ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ଅମରେନ୍ଦ୍ର ଦାସ ଶେଷରେ ରାବଣ ଦେହରେ ବୈଦ୍ୟୁତିକ ଅଗ୍ନି ସ°ଯୋଗ କରିଥିଲେ । ଅନ୍ୟ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ , ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ, ଥାନପତି ମେଢ଼ ର ସଭାପତି ଶ୍ରୀ ସତ୍ୟ ବ୍ରତ ମହାପାତ୍ର ପ୍ରମୁଖ ଯୋଗଦେଇ ନିଜ ନିଜ ବକ୍ତବ୍ୟ ରଖିଥିଲେ । ପ୍ରାରମ୍ଭରେ ଶ୍ରୀରାମ କ୍ଲବର ସଭାପତି ଶ୍ରୀ ରତ୍ନାକର ବିଶ୍ବାଳ ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିବା ସହ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଦୁଃଖୀରାମ ସ୍ବାଇଁ କଳା ପ୍ରତିଷ୍ଠାନ ପକ୍ଷରୁ ରାମଲୀଳା ପ୍ରଦର୍ଶିତ ହୋଇଥିଲା ।ଏଥିରେ ରାବଣ ଜଟାୟୁ ଯୁଦ୍ଧ, ସୀତା ହରଣ,ରାମ ରାବଣ ଯୁଦ୍ଧ ଓ ରାବଣ ବଧ ବେଶ ଆକର୍ଷଣୀୟ ହୋଇଥିଲା। କାର୍ଯ୍ୟକ୍ରମରେ ଆକର୍ଷଣୀୟ ବୈଦ୍ୟୁତିକ ଆତସ ବାଜି ପ୍ରଦର୍ଶନ କରାଯାଇଥିଲା । ଶେଷରେ ଶ୍ରୀରାମ କ୍ଲବ୍ ର କାର୍ଯ୍ୟକର୍ତ୍ତା ଶ୍ରୀଯୁକ୍ତ ସୁଜିତ କୁମାର ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ । ଆରକ୍ଷୀ ବାହିନୀ ପକ୍ଷରୁ ଶାନ୍ତି ଶୃଙ୍ଖଳା ନିମନ୍ତେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଥିଲା।

ଜଗତସିଂହପୁର ଠାରେ ୩୮ ତମ ରାବଣ ପୋଡି – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଜଗତସିଂହପୁର: ବାଲିକୁଦା ବ୍ଲକର ବିଭିନ୍ନ ଗ୍ରାମର ଦୁର୍ଗା ମଣ୍ଡପ