ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୧୧ ମିନିଟ ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୨୮ ମିନିଟ ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୪୪ ମିନିଟ ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୫୫ ମିନିଟ ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ! ୧ ଘଣ୍ଟା ପୂର୍ବେParadip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ ୧ ଘଣ୍ଟା ପୂର୍ବେBargarh Kharif paddy procurement: ଆସନ୍ତା ନଭେମ୍ବର ୩୦ରୁ ବରଗଡ ଜିଲ୍ଲାରେ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ ୧ ଘଣ୍ଟା ପୂର୍ବେPatana Launch of Firefighting Vehicle: ପାଟଣା ଅଗ୍ନିଶମ କେନ୍ଦ୍ରରେ ନୂତନ ଅଗ୍ନିଶମ ଗାଡ଼ିର ଶୁଭାରମ୍ଭ ୧ ଘଣ୍ଟା ପୂର୍ବେPatna MLA reaches disabled elderly couple: ଅସହାୟ ଭିନ୍ନକ୍ଷମ ବୃଦ୍ଧ ଦମ୍ପତିଙ୍କ ନିକଟରେ ପହଞ୍ଚିଲେ ପାଟଣା ବିଧାୟକ ୧ ଘଣ୍ଟା ପୂର୍ବେ‘Kanjipani’ tradition returns: ପୁଣି ଫେରିଲା ଶ୍ୟାମବାବାଙ୍କ ‘କାଞ୍ଜିପାଣି’ ପରମ୍ପରା ୨ ଘଣ୍ଟା ପୂର୍ବେNagabali development has not reached the other side: ନାଗାବଳୀ ଆରପାରିରେ ବିକାଶ ନପହଞ୍ଚାଇବା ଦୁଃଖ ଦାୟକ!
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା ନୂଆପଡ଼ା ବରଗଡ଼ କେନ୍ଦୁଝର

ବାତ୍ୟା ଅର୍ଣ୍ଣବ ମୁକାବିଲା: ମାଲକାନଗିରିରେ ପ୍ରଶାସନିକ ତତ୍ପରତା

ବାତ୍ୟା ଅର୍ଣ୍ଣବ ମୁକାବିଲା: ମାଲକାନଗିରିରେ ପ୍ରଶାସନିକ ତତ୍ପରତା – ସମୀକ୍ଷା ଖବର

ମୁତୟନ ହେଲେ ଏନଡିଆରଏଫ ଓ ଓଡରାଫ୍ ଟିମ୍, ସ୍କୁଲ-କଲେଜ ବନ୍ଦ ଏବଂ ଉଦ୍ଧାର ପାଇଁ ଆଲର୍ଟ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,
୨୫/୧୦/୨୬
ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ର ମୁକାବିଲା ପାଇଁ ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ଓ ପ୍ରସ୍ତୁତିମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ସ୍ଥିତିର ମୁକାବିଲା ପାଇଁ କଟକରୁ ୩୦ ଜଣିଆ ଏକ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବାହିନୀ (ଏନଡିଆରଏଫ୍) ଦଳ ଜଣେ କମାଣ୍ଡାଣ୍ଟ ଓ ୨ ଜଣ ଉପ-ଅଧିକାରୀଙ୍କ ନେତୃତ୍ୱରେ ଆଜି ରାତି ସୁଦ୍ଧା କାଲିମେଳାଠାରେ ମୁତୟନ ହେବେ । ଏଥିସହିତ ୩୬ ଜଣିଆ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବାହିନୀ (ଓଡ୍ରାଫ୍) ଦଳ ମଧ୍ୟ ଆସି ମାଥିଲି ଠାରେ ପହଞ୍ଚି ସଜାଗ ଅଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ ଏବଂ ସତୀଗୁଡ଼ାଠାରେ ଚାଲିଥିବା ସମସ୍ତ କ୍ରୀଡ଼ା କାର୍ଯ୍ୟକ୍ରମକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି। ଏହାସହ ତଳିଆ ଅଞ୍ଚଳ ଓ କଚା ଘରେ ରହୁଥିବା ଲୋକଙ୍କୁ ତୁରନ୍ତ ସୁରକ୍ଷିତ ସ୍ଥାନାନ୍ତର ପାଇଁ ତହସିଲଦାରମାନଙ୍କୁ ସଜାଗ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାରେ ଥିବା ୪ଟି ସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀ ସମେତ ସମସ୍ତ ଅସ୍ଥାୟୀ ଆଶ୍ରୟସ୍ଥଳୀଗୁଡ଼ିକୁ ମଧ୍ୟ ତୁରନ୍ତ ପ୍ରସ୍ତୁତ ରଖିବା ପାଇଁ ପ୍ରଶାସନିକ ସ୍ତରରେ ନିର୍ଦ୍ଦେଶ ଜାରି ହୋଇଛି।

ବାତ୍ୟା ଅର୍ଣ୍ଣବ ମୁକାବିଲା: ମାଲକାନଗିରିରେ ପ୍ରଶାସନିକ ତତ୍ପରତା – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବଙ୍ଗାଳୀ ସମାଜର ମାଲକାନଗିରି ସଦର ୟୁନିଟ ଗଠନ