ସମୀକ୍ଷା ବ୍ୟୁରୋ ନ୍ୟୁଜ / ଭୁବନେଶ୍ୱର:
ବଙ୍ଗୋପସାଗରରେ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଏହା ସୋମବାର ସକାଳ ସୁଦ୍ଧା ଏକ ବାତ୍ୟାର ରୂପ ନେବାର ସମ୍ଭାବନୀ ରହିଛି । ଏହା ସୋମବାର ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ଅର୍ଣ୍ଣବର ରୂପ ନେବ। ପରବର୍ତ୍ତୀ ସମୟରେ ଭୀଷଣ ବାତ୍ୟରେ ପରିଣତ ହୋଇ ୨୮ ତାରିଖ ସକାଳେ ସ୍ଥଳଭାଗ ଛୁଇଁବ ଅର୍ଣ୍ଣବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।ସମ୍ଭାବ୍ୟ ବାତ୍ୟାଟି ଆନ୍ଧ୍ରପ୍ରଦେଶ ଉପକୂଳ ବାପଟ୍ଲା ଏବଂ ବିଶାଖାପଟନମ୍ ମଧ୍ୟରେ ଅତିକ୍ରମ କରିବା ନେଇ ଆଇଏମଡି ଆକଳନ କରିଛି । ବଙ୍ଗୋପସାଗରରେ ଗଭୀର ଅବପାତଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ଏହା ୨୭ ରୁ ୨୮ ତାରିଖ ମଧ୍ୟରେ ଏକ ଅଧିକ ଶକ୍ତିଶାଳୀ ଭୟଙ୍କର ବାତ୍ୟାର ରୂପ ନେଇପାରେ । ସମୁଦ୍ର ଅଶାନ୍ତ ରହିଥିବାରୁ ବର୍ତ୍ତମାନ ପବନର ବେଗ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ରହିଥିବା ବେଳେ ଝଟକା ପବନ ବେଗ ୭୦ କିଲୋମିଟର ରହିଛି । ବାତ୍ୟା ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୫ ରୁ ୧୨୫ କିଲୋମିଟର ରହିବ। ଏପରିକି ୧୪୦ କିଲୋମିଟର ପର୍ଯ୍ୟନ୍ତ ଝଟକା ପବନ ହେବାର ସମ୍ଭାବନା ରହିଛି ।
ବାତ୍ୟା ପ୍ରଭାବରେ ଓଡିଶାର ୫ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। କୋରାପୁଟ, ରାୟଗଡ଼ା, ଗଜପତି, ମାଲକାନଗିରି ଏବଂ ଗଞ୍ଜାମ ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୬୦ ରୁ ୭୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ ।






