ଭବାନୀପାଟଣାରେ ଜିଲ୍ଲାସ୍ତରୀୟ ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ
ମୁକେଶ କୁମାର ବେହେରା / ଭବାନୀପାଟଣା /ସମୀକ୍ଷା ନ୍ୟୁଜ: ଭବାନୀପାଟଣା, ୨/୧୦: ଭବାନୀପାଟଣାସ୍ଥିତ ଗାନ୍ଧୀ ପାର୍କଠାରେ ଆଜି ଜିଲ୍ଲାସ୍ତରୀୟ ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଛି। ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ତନ୍ମୟ କୁମାର ଦରୱାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବାବେଳେ ଡ. ଉମେଶ ଚନ୍ଦ୍ର ଶତପଥୀ ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ। ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ସହ ନିର୍ଦ୍ଦେଶକ (ସଞ୍ଚୟ ଓ ଆର୍ଥିକ ସେବା) ବିବେକାନନ୍ଦ ମହାନନ୍ଦ,…