ମୁରିବାହାଲରେ ମା’ ଦୁର୍ଗାଙ୍କ ସପ୍ତମୀ ପୂଜା ଅନୁଷ୍ଠିତ
ଭଗବାନ ମହାନ୍ତି/ ବରିଷ୍ଠ ସାମ୍ବାଦିକ/ ମୁରିବାହାଲ/ ସମୀକ୍ଷା ନ୍ୟୁଜ: ମୁରିବାହାଲ, ତା ୧୭/୧୦/୨୬ ବଲାଙ୍ଗିର ଜିଲ୍ଲା ମୁରିବାହାଲ ସ୍ଥିତ ୫୫ତମ ସାର୍ବଜନୀନ ଦୁର୍ଗାପୂଜା ମଣ୍ଡପରେ ଆଜି ଭକ୍ତିମୟ ପରିବେଶରେ ମା’ ଦୁର୍ଗାଙ୍କ ସପ୍ତମୀ ପୂଜା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମା’ଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁମାନଙ୍କ ମଧ୍ୟରେ ଉତ୍ସାହ ଓ ଭକ୍ତିଭାବ ପରିଲକ୍ଷିତ ହୋଇଥିଲା। ଶାସ୍ତ୍ରୀୟ ବିଧିବିଧାନ ଅନୁଯାୟୀ ମା’ଙ୍କ ପୂଜାର୍ଚ୍ଚନା କରାଯାଇ ଜଗତଜନନୀଙ୍କ ଆଶୀର୍ବାଦ କାମନା କରାଯାଇଥିଲା। ପୂଜା ମଣ୍ଡପରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିବା…