ମୁରିବାହାଲ ମହାବିଦ୍ୟାଳୟରେ ସେବା ପକ୍ଷ ଓ ସେବା ଶପଥ ଗ୍ରହଣ, ଶତାଧିକ ଛାତ୍ରଛାତ୍ରୀଙ୍କ ଯୋଗଦାନ
ଭଗବାନ ମହାନ୍ତି/ ବରିଷ୍ଠ ସାମ୍ବାଦିକ/ ମୁରିବାହାଲ/ ସମୀକ୍ଷା ନ୍ୟୁଜ:ମୁରିବାହାଲ, ତା ୭/୧୦/୨୬ ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟଠାରେ ଅଧ୍ୟକ୍ଷ ସରୋଜ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ବୁଧବାର ସେବା ପକ୍ଷ ଅଭିଯାନ ପାଳନ ସହ ସେବା ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରାୟ ଶତାଧିକ ଛାତ୍ରଛାତ୍ରୀ ଯୋଗଦେଇ ସେବା ଓ ସାମାଜିକ ଦାୟିତ୍ୱ ପ୍ରତି ନିଜର ପ୍ରତିବଦ୍ଧତା ପ୍ରକାଶ କରିଥିଲେ। ମଞ୍ଚାସୀନ ଅତିଥି ଭାବେ ଯୁବ ରେଡକ୍ରସ…