ବାପୁଜୀ ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ସୁରଭି-୨୦୨୬ ଅନୁଷ୍ଠିତ
ଭଦ୍ରକ/ ସମୀକ୍ଷା ନ୍ୟୁଜ: ଧାମନଗର ୧୪।୧୦ (): ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଅନ୍ତର୍ଗତ ରଇପୁର ଗ୍ରାମ ପଞ୍ଚାୟତର କଣ୍ଟିକା ସରକାରୀ ମଧ୍ୟ ଇଂରାଜୀ ବିଦ୍ୟାଳୟ ପରିସରରେ ବାପୁଜୀ ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ସୁରଭି-୨୦୨୬ କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପାଳସାହି ଓ ରଇପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ୧୬ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ଯୋଗଦେଇ ବିଭିନ୍ନ ପ୍ରତିଯୋଗିତାରେ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ। କାର୍ଯ୍ୟକ୍ରମରେ ଭରତ ଚନ୍ଦ୍ର କର ସଭାପତିତ୍ୱ କରିଥିବାବେଳେ ଆଖଣ୍ଡଳମଣି ଉଚ୍ଚ ମାଧ୍ୟମିକ…