ଚିତ୍ରକୋଣ୍ଡା ବ୍ଲକରେ ମିଳିତ ଜନ ଅଭିଯୋଗ ଶୁଣାଣି: ୫୧ଟି ଅଭିଯୋଗ ମଧ୍ୟରୁ ୩ଟିର ସଦ୍ୟ ସମାଧାନ
ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନ୍ୟୁଜ /ମାଲକାନଗିରି: ୧୩/୧୦/୨୬ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଏକ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ମାଲକାନଗିରି ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦାଶରଥି ସରାବୁ ଏବଂ ମାଲକାନଗିରି ଉପ-ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ସମସ୍ୟାର ଶୁଣାଣି କରିଥିଲେ। ଏହି…