କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟ ନିର୍ବାଚନ ବାତିଲ, ୧୬୩ ଧାରା ଜାରି
ଦୁର୍ଗା ପ୍ରସାଦ ଦାଶ/ଜିଲ୍ଲା ପ୍ରତିନିଧି/ସମୀକ୍ଷା ନିୟୁଜ/ଖୋରଧା: ଖୋରଧା ୧୬/୧୦/୨୬ ଖୋର୍ଦ୍ଧା ଜିଲ୍ଲା ନିରାକାରପୁରସ୍ଥିତ କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟରେ ଉତ୍ତେଜନାକୁ ଦୃଷ୍ଟିରେ ରଖି କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ଘୋଷଣା କରାଯାଇଛି। ଏଥିସହ ମହାବିଦ୍ୟାଳୟ ପରିସର ଓ ଏହାର ୨୦୦ ମିଟର ପରିସର ରେ ଭାରତୀୟ ନାଗରିକ ସୁରକ୍ଷା ସଂହିତା (ବିଏସ୍ଏସ୍ଏସ୍)ର ଧାରା ୧୬୩ ଅନୁଯାୟୀ ନିଷେଧାଜ୍ଞା ଜାରି ହୋଇଛି। ଏହି କଟକଣା ଆସନ୍ତା ୨୧ତାରିଖ ରାତି ୯ଟା ପର୍ଯ୍ୟନ୍ତ ବଳବତ୍ତର ରହିବ। ଉପଜିଲାପାଳ ତଥା ଉପଖଣ୍ଡ…