ରାଜ୍ୟରେ IAS ସ୍ତରରେ ବଡ଼ ଅଦଳବଦଳ: ୭ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ
ଦୁର୍ଗେଶ ନନ୍ଦନ ମହାପାତ୍ର /ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର: ଭୁବନେଶ୍ୱର: ରାଜ୍ୟରେ IAS ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଦୁଇଟି ଜିଲ୍ଲାର ଜିଲ୍ଲାପାଳଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇଛି। ଏହି କ୍ରମରେ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳଙ୍କୁ ମଧ୍ୟ ବଦଳି କରାଯାଇଛି। ବୁଧବାର ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ୭ ଜଣ IAS ଅଧିକାରୀଙ୍କୁ ନୂଆ ଦାୟିତ୍ୱ ମିଳିଛି। ନୂଆ ନିଯୁକ୍ତି ଓ ଦାୟିତ୍ୱ: ୧. ମହେଶ୍ୱର ସ୍ୱାଇଁ — ନବରଙ୍ଗପୁର…